ଓଡ଼ିଶା ଟ୍ରେନ୍‌ ଟ୍ରାଜେଡି: ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ ଆହତ ଯାତ୍ରୀ

ବାଲେଶ୍ୱର ବାହାନଗା ଟ୍ରେନ୍ ଦୁର୍ଘଟଣାରେ ଜଣେ ଆହତଙ୍କ କଟକ SCB ମେଡିକାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି ।

Odisha Train Tragedy

ବାଲେଶ୍ୱର ବାହାନଗା ଟ୍ରେନ୍ ଦୁର୍ଘଟଣାରେ ଜଣେ ଆହତଙ୍କ କଟକ SCB ମେଡିକାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି । ମୃତକ ହେଲେ ବିହାରର ବିଜୟ ପାଶୱାନ। ଦୁର୍ଘଟଣା ଦିନ ତାଙ୍କୁ ଗୁରୁତର ଅବସ୍ଥାରେ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା।

SCB ର ସେଣ୍ଟ୍ରାଲ ଆଇସିୟୁରେ ରହି ବିଜୟ ଚିକିତ୍ସିତ ହେଉଥିଲେ। ଦୁଃଖଦ ଘଟଣା, ଆଜି ସକାଳେ ତାଙ୍କର ମୃତ୍ୟୁ ଘଟିଥିବା ମେଡିକାଲ୍‌ ପକ୍ଷରୁ ସୂଚନା ମିଳିଛି। ତେବେ SCBରେ ଚିକିତ୍ସାଧୀନ ଆହତଙ୍କ ମଧ୍ୟରେ ଏହା ପ୍ରଥମ ମୃତ୍ୟୁ ବୋଲି ଜଣାପଡ଼ିଛି।

ସୂଚନାଥାଉ କି, ଗତ ୨ ତାରିଖରେ କୋଲକାତାରୁ ଚେନ୍ନାଇକୁ ଯାଉଥିବା କରମଣ୍ଡଳ ଏକ୍ସପ୍ରେସ୍‌ ବାହାନଗା ଷ୍ଟେସନ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଏଥିରେ ୨୮୮ ଜଣଙ୍କର ମୃତ୍ୟୁ ଘଟିଥିଲା ଓ ୧୨ଶହରୁ ଅଧିକ ଯାତ୍ରୀ ଆହତ ହୋଇଥିଲେ। ଆଜି ଏସ୍‌ସିବିରେ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କ ମୃତ୍ୟୁ ପରେ ମୃତକଙ୍କ ସଂଖ୍ୟା ୨୮୯ରେ ପହଞ୍ଚିଛି।