Advertisment

Passenger Bus Overturns: ଟ୍ରକକୁ ସାଇଡ୍ ଦେବାକୁ ଯାଇ ଓଲଟିଲା ବସ୍; ୨୦ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ !

ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍ । ବସ୍‌ରେ ଥିବା ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି। ସମସ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

ଅଦ୍ୟତନ ହୋଇଛି
Passenger Bus Overturns 

Passenger Bus Overturns

Advertisment

ଟ୍ରକ୍‌କୁ ସାଇଡ୍ ଦେବାକୁ ଯାଇ ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍ । ବସ୍‌ରେ ଥିବା ୨୦ରୁ ଅଧିକ ଯାତ୍ରୀ ଆହତ ସୂଚନା। ସମସ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ନୀଳଗିରିରୁ ଉଦଳା ଅଭିମୁଖେ ଯାଉଥିବା ବସ୍ ଭାଲୁକାଶୁଣୀ ପାଖରେ ଟ୍ରକ୍‌କୁ ସାଇଡ୍ ଦେବାବେଳେ ଏଭଳି ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି।

Advertisment

ତେବେ ଆଜି ସକାଳେ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡ଼ିଥିଲା ଏକ ସ୍କୁଲ ଭ୍ୟାନ। ଦୁର୍ଘଟଣାରେ ୧୦ରୁ ଅଧିକ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି। ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ଚଢେଇଭୋଳ ରାସ୍ତାର ଭଅଁରା ନିକଟରେ ଏହି ଦୁର୍ଘଟଣା ଘଟିଥିଲା । ଆହତ ଛାତ୍ରଛାତ୍ରୀଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣାରେ ଗାଡ଼ି ଡ୍ରାଇଭର ମଧ୍ୟ ଆହତ ହୋଇଛନ୍ତି। ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଅଧିକ ପଢ଼ନ୍ତୁ:  ପରିବା ବ୍ୟବସାୟୀଙ୍କୁ ଧକ୍କା ଦେଲା ମୋ ବସ୍‌

ଆଜି ସକାଳେ ସ୍କୁଲ ଭ୍ୟାନଟି ପିଲାମାନଙ୍କୁ ନେଇ ଆସୁଥିଲା। ଏହି ସମୟରେ ଚଢେଇଭୋଳ ରାସ୍ତାର ଭଅଁରା ନିକଟରେ ଗାଡ଼ିଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା। ଦୁର୍ଘଟଣାରେ ୧୯ରୁ ଅଧିକ ଛାତ୍ରଛାତ୍ରୀ ଆହତ ହୋଇଥିଲେ। ସମସ୍ତଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Advertisment

ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ଡ୍ରାଇଭରଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଦାବିରେ କରଞ୍ଜିଆ ଚଢେଇଭୋଳ ରାସ୍ତା ଅବରୋଧ କରିଥିଲେ ଉତ୍ତ୍ୟକ୍ତ ଲୋକେ। ପୋଲିସ ପହଞ୍ଚି ବୁଝାସୁଝା କରିବା ପରେ ଉତ୍ତେଜନା ଥମିଥିଲା। ପୋଲିସ ଦୁର୍ଘଟଣାଗ୍ରସ୍ତ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି।

ଅଧିକ ପଢ଼ନ୍ତୁ: ରାସ୍ତାରେ ଲୋଟିଛି ସାଇକେଲ୍... ଆଗରେ ଝୁଲିଛି ବିସ୍କୁଟ ଜରି...

Accident Bus
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ