• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Santosh Kumar Sahoo

ଓଲଟିଲା ପୋଲିଂ ପାର୍ଟି ନେଇ ଯାଉଥିବା ମିନି ବସ୍ । ଦୁର୍ଘଟଣାରେ ୨ ଜଣ ଆହତ ହୋଇଛନ୍ତି । ଗଞ୍ଜାମ ଜିଲ୍ଲା ଚିକିଟି ବ୍ଲକ ପିତାତଳି ନିକଟରେ ଭାରସାମ୍ୟ ହରାଇ ଓଲଟିଲା ମିନି ବସ୍ । ନିର୍ବାଚନ ଡ୍ୟୁଟିକୁ ପୋଲିଂ ପାର୍ଟି ନେଇ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି । ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆସନ୍ତା ୧୩ ତାରିଖରେ ପଡ଼ିବ ଭୋଟ୍ । ଆଜିଠୁ ବୁଥ୍ ଅଭିମୁଖେ ବାହାରିଛନ୍ତି ପୁଲିଂ ପାର୍ଟି ।

ସେପଟେ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି । ପ୍ରସ୍ତୁତି ସହ ଭୋଟରଙ୍କ ସଂଖ୍ୟା ଓ ବୁଥ୍ ଆଦିକୁ ନେଇ ପ୍ରେସମିଟରେ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ନିକୁଞ୍ଜ ବିହାରୀ ଧଳ । ପ୍ରଥମ ପର୍ଯ୍ୟାୟ ପାଇଁ ମୋଟ୍ ୭ ହଜାର ୩୦୩ ମତଦାନ କେନ୍ଦ୍ର କରାଯାଇଛି। ଏଥିରୁ ୧୨ଶହ ୬୪ କ୍ରିଟିକାଲ୍ ପୋଲିଂ ଷ୍ଟେସନ୍ । ୭୧୫ ବୁଥ୍ ସମ୍ପୂର୍ଣ୍ଣ ଭାବରେ ମହିଳାଙ୍କ ପାଇଁ ପରିଚାଳିତ। ୧୨ଶହ ୭୬ ଆଦର୍ଶ ବୁଥ୍ କରାଯାଇଛି। ୬୦ ମତଦାନ କେନ୍ଦ୍ରରୁ ଲାଇଭ୍ କରାଯିବ । ପ୍ରଥମ ପର୍ଯ୍ୟାୟରେ ମତାଧିକାରୀ ସାବ୍ୟସ୍ତ କରିବେ ମୋଟ ୬୨ ଲକ୍ଷ ୮୭ ହଜାର ଭୋଟର । ଏହି ପର୍ଯ୍ୟାୟରେ ମହିଳା ମତଦାତାଙ୍କ ସଂଖ୍ୟା ଅଧିକ । ଏହି ପର୍ଯ୍ୟାୟରେ ୩୦ ଲକ୍ଷ ୯୭ ହଜାର ପୁରୁଷ ଭୋଟର ଥିବା ବେଳେ ମହିଳା ଭୋଟରଙ୍କ ସଂଖ୍ୟା ୩୧ ଲକ୍ଷ ୮୯ ହଜାର। 1୧ ଲକ୍ଷ ୭୫ ହଜାର ଯୁବ ଭୋଟର ଓ ୧୪ ଲକ୍ଷ ୬୮ହଜାର ହେଉଛନ୍ତି ୨୦ରୁ ୨୯ ବର୍ଷ ବୟସ୍କ ଭୋଟର । ଶୃଙ୍ଖଳିତ ମତଦାନ ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ମୋଟ ୫୨ହଜାର ୫୦୦ ପୋଲିଂ କର୍ମଚାରୀ ନିୟୋଜିତ ହେବେ । ସେହିପରି ୧୦୪ କମ୍ପାନୀ ସୁରକ୍ଷାକର୍ମୀ ମୁତୟନ ହେବେ। ୬୦ କମ୍ପାନୀ ସଶସ୍ତ୍ର ପୋଲିସ, ୩୧ ସିଆରପିଏଫ୍, ୬ ସିଆଇଏସଏଫ୍ ମୁତୟନ ରହିବେ ।

ଦିନକ ପରେ ହେବ ମତଦାନ । ଆଉ ଏଥିପାଇଁ ନେତା ତରତର ଜନତା ବି ଉତ୍ସାହିତ । ଭୋଟ୍ ଦେଇ ଯୋଗ୍ୟ ପ୍ରାର୍ଥୀ ବାଛିବେ ଜନତା । ସେଥିପାଇଁ ଜନତାଙ୍କୁ ନିଜ ସପକ୍ଷରେ ନେବାକୁ ଅଣ୍ଟା ଭିଡି ଭୋଟ୍ ମାଗୁଛନ୍ତି ନେତା ଓ ପ୍ରାର୍ଥୀ । ଏହି ପର୍ଯ୍ୟାୟରେ ୯ ରାଜ୍ୟ ଏବଂ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳ ଜାମ୍ମୁ ଓ କାଶ୍ମୀରକୁ ମିଶାଇ ମୋଟ୍ ୯୬ ଲୋକସଭା ଆସନ ପାଇଁ ମତଦାନ ହେବ ।

ଆନ୍ଧ୍ର ପ୍ରଦେଶର ସମସ୍ତ ୨୫ ଆସନରେ ମତଦାନ ହେବ । ସେହିଭଳି ତେଲଙ୍କାନାର ୧୭, ଉତ୍ତର ପ୍ରଦେଶର ୧୩, ମହାରାଷ୍ଟ୍ରର ୧୧, ପଶ୍ଚିମବଙ୍ଗର ୮, ମଧ୍ୟପ୍ରଦେଶର ୮, ବିହାରର ୫, ଝାଡ଼ଖଣ୍ଡ ଏବଂ ଓଡ଼ିଶାରେ ୪ଟି ଲେଖାଏଁ ଲୋକସଭା ଆସନରେ ମତଦାନ ହେବ ।

OTV is now on Whatsapp

Join and get latest news update delivered to you via whatsapp

Join Now