/odishatv-khabar/media/post_attachments/uploadimage/library/16_9/16_9_0/IMAGE_1685729278.jpg)
Rs 10 Lakh in case of death,
ବାଲେଶ୍ୱର ବାହାନଗା ନିକଟରେ ଦୁଇ ଏକ୍ସପ୍ରେସ ଦୁର୍ଘଟଣାରେ ମୃତାହତଙ୍କ ପ୍ରତି ସହାୟତା ଘୋଷଣା କରାଯାଇଛି । ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କାର ସହାୟତା ଘୋଷଣା କରିଛନ୍ତି ।
ସେହିପରି ଗୁରୁତର ଆହତଙ୍କୁ ୨ ଲକ୍ଷ ଓ ସାମାନ୍ୟ ଆହତଙ୍କ ପାଇଁ ୫୦ ହଜାର ଟଙ୍କାର ଆର୍ଥିକ ରାଶି ଘୋଷଣା କରାଯାଇଛି । ଏହାଛଡ଼ା ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଘଟଣାସ୍ଥଳକୁ ଯାଉଥିବା କହିଛନ୍ତି । ଉଦ୍ଧାର କାର୍ଯ୍ୟ ପାଇଁ ଏୟାରଫୋର୍ସ ପଠାଯାଉଥିବା ସୂଚନା ଦେଇଛନ୍ତି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ।
ସୂଚନା ଥାଉ କି କରମଣ୍ଡଳ ଏକ୍ସପ୍ରେସ ଓ ବେଙ୍ଗଲୁରୁ ହାୱଡ଼ା ଏକ୍ସପ୍ରେସ ଦୁର୍ଘଟଣା ହୋଇଛି । ବାହାନଗା ନିକଟରେ ପ୍ରଥମେ ଲାଇନଚ୍ୟୁତ ହୋଇଥିଲା କରମଣ୍ଡଳ । ପରେ ସେହିବାଟେ ଆସୁଥିବା ବେଙ୍ଗଲୁରୁ ହାୱଡ଼ା ଏକ୍ସପ୍ରେସ କରମଣ୍ଡଳକୁ ଧକ୍କା ଦେଇଥିଲା ।
ଦୁଇ ଟ୍ରେନ୍ ଧକ୍କା ନେଇ ଖଡ଼ଗପୁର DRM ସୂଚନା ଦେଇଛନ୍ତି । ଉଭୟ ଏକ୍ସପ୍ରେସର ଅନେକ ବଗି ଓଲଟି ପଡ଼ିଛି । ଦୁର୍ଘଟଣାରେ ଅନେକ ଯାତ୍ରୀ ମୃତାହତ ହୋଇଛନ୍ତି । ଅନେକ ଯାତ୍ରୀ ଟ୍ରେନ୍ ତଳେ ଚାପିହୋଇ ମଧ୍ୟ ରହିଛନ୍ତି । ଉଦ୍ଧାର କାର୍ଯ୍ୟ ଜାରି ରହିଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)