Advertisment

ସ୍କୁଲ୍‌ ବସ୍‌ ଦୁର୍ଘଟଣା, ଗାଡ଼ିରେ ଥିଲେ ୪୦ ଛାତ୍ରଛାତ୍ରୀ...

ଭାରସାମ୍ୟ ହରାଇ ଗଛରେ ପିଟି ହେଲା ସ୍କୁଲ୍‌ ବସ୍‌। ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ବ୍ଲକ୍ ଅନ୍ତର୍ଗତ ମୋହରା ନିକଟରେ ଏହି ଦୁର୍ଘଟଣା ଘଟିଛି।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
School Bus Accident In Umerkote

School Bus Accident In Umerkote

ଭାରସାମ୍ୟ ହରାଇ ଗଛରେ ପିଟି ହେଲା ସ୍କୁଲ୍‌ ବସ୍‌। ଏଥିରେ ୧୫ ଜଣ ସ୍କୁଲ୍‌ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି। ସମସ୍ତ ଆହତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ ବୋଲି ଜଣାପଡ଼ିଛି। ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ବ୍ଲକ୍ ଅନ୍ତର୍ଗତ ମୋହରା ନିକଟରେ ଏହି ଦୁର୍ଘଟଣା ଘଟିଛି। ୨ ଗୁରୁତର ଛାତ୍ରଙ୍କୁ କୋରାପୁଟ ଏବଂ ଭବାନୀପାଟଣାକୁ ସ୍ଥାନାନ୍ତର କରାଯାଇଛି।

Advertisment

ସୂଚନା ଅନୁସାରେ, ଆଜି ଏକ ଘରୋଇ ବସ୍‌ ଚନ୍ଦାହାଣ୍ଡି ଅଞ୍ଚଳର ୪୦ ଜଣ ଛାତ୍ରଛାତ୍ରୀଙ୍କୁ ନେଇ ଚନ୍ଦାହାଣ୍ଡି ଫଟକି ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟକୁ ଯାଉଥିଲା। ଏହି ସମୟରେ ବସ୍‌ଟି ଭାରସାମ୍ୟ ହରାଇ ମୋହରା ନିକଟରେ ରାସ୍ତାକଡ଼ରେ ଥିବା ଏକ ଗଛରେ ପିଟି ହୋଇଥିଲା। ଫଳରେ ୧୫ ଜଣ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି। 

ଆହତ ଛାତ୍ରଛାତ୍ରୀଙ୍କୁ ତୁରନ୍ତ ଚନ୍ଦାହାଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୨ ଗୁରୁତର ଛାତ୍ରଙ୍କୁ କୋରାପୁଟ ଏବଂ ଭବାନୀପାଟଣାକୁ ସ୍ଥାନାନ୍ତର କରାଯାଇଛି।ଖବର ପାଇ ସ୍କୁଲ୍‌ କର୍ତ୍ତୃପକ୍ଷ ଏବଂ ଚନ୍ଦାହାଣ୍ଡି ପୋଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

Advertisment
Bus Accident School Bus Accident
Advertisment
Advertisment