Advertisment

ଓଡ଼ିଶାରେ ଭୟଙ୍କର ଟ୍ରେନ୍‌ ଦୁର୍ଘଟଣା: କେମିତି ଘଟିଲା ଏତେ ବଡ଼ ଅଘଟଣ, ଜଣାପଡ଼ିଲା କାରଣ...

ବାଲେଶ୍ୱର ବାହାନଗାରେ ଘଟିଥିବା ଭୟଙ୍କର ଟ୍ରେନ୍ ଦୁର୍ଘଟଣାରେ ମୃତକଙ୍କ ସଂଖ୍ୟା ୨୮୮ରେ ପହଞ୍ଚିଛି। କେଉଁ କାରଣ ପାଇଁ ଏମିତି ଭୟଙ୍କର ଦୁର୍ଘଟଣା ଘଟିଲା ? ଏହା ପଛର କାରଣ କ’ଣ ? ତାହା ଜଣାପଡ଼ିଛି।

ଅଦ୍ୟତନ ହୋଇଛି
The root cause of train accident in odisha identified

The root cause of train accident in odisha identified

Advertisment

ବାଲେଶ୍ୱର ବାହାନଗାରେ ଘଟିଥିବା ଭୟଙ୍କର ଟ୍ରେନ୍ ଦୁର୍ଘଟଣାରେ ମୃତକଙ୍କ ସଂଖ୍ୟା ୨୮୮ରେ ପହଞ୍ଚି ଥିବାବେଳେ ୮୦୦ରୁ ଅଧିକ ଆହତ ହୋଇ ବିଭିନ୍ନ ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, ମାତ୍ର କିଛି ସମୟ ମଧ୍ୟରେ ସବୁକିଛି ସତେ ଯେମିତି ଶେଷ ହୋଇଯାଇଥିଲା। କେହି କିଛି ବୁଝିବା ପୂର୍ବରୁ ଆଖି ସାମ୍ନାରେ ଚାଲିଗଲା ଶହ ଶହ ଜୀବନ। 

Advertisment

କେଉଁ କାରଣ ପାଇଁ ଏମିତି ଭୟଙ୍କର ଦୁର୍ଘଟଣା ଘଟିଲା ? ଏହା ପଛର କାରଣ କ’ଣ ? ତାହା ଜଣାପଡ଼ିଛି। ଏନେଇ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୂଚନା ଦେଇଛନ୍ତି। ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ପୁଣିଥରେ ଦୁର୍ଘଟଣାସ୍ଥଳ ପରିଦର୍ଶନ କରିଥିଲେ। ଏହାସହ ପୁନରୁଦ୍ଧାର କାମ ତାଦାରଖ କରିଥିଲେ।

ଏହି ସମୟରେ ଗଣମାଧ୍ୟମକୁ ସୂଚନା ଦେଇ କେନ୍ଦ୍ର ରେଳମନ୍ତ୍ରୀ କହିଛନ୍ତି, ‘ଆଜି ସୁଦ୍ଧା ଟ୍ରାକ୍ ପ୍ରସ୍ତୁତ ହୋଇଯିବ। ବିଦ୍ୟୁତୀକରଣ କାମ ଜୋରସୋରରେ ଚାଲିଛି। ବୁଧବାର ସୁଦ୍ଧା ଟ୍ରେନ୍‌ ଚଳାଚଳ ସ୍ୱାଭାବିକ କରାଯିବ।’

Advertisment

‘ଦୁର୍ଘଟଣାର ତଦନ୍ତ ଶେଷ ହୋଇଛି। ରେଲ୍ ସେଫ୍ଟି କମିଶନର ଖୁବ୍ ଶୀଘ୍ର ରିପୋର୍ଟ ଦାଖଲ କରିବେ। ରିପୋର୍ଟ ପାଇବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। କେମିତି ଘଟିଲା ଏମିତି ଭୟଙ୍କର ଦୁର୍ଘଟଣା, ସେସମ୍ପର୍କରେ ଜଣାପଡ଼ିଛି। ଇଣ୍ଟରଲକିଂ ସିଷ୍ଟମରେ ତ୍ରୁଟି ଯୋଗୁ ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି। ଏହାସହ ଦୁର୍ଘଟଣା ପାଇଁ ଦାୟୀ ବ୍ୟକ୍ତି ମଧ୍ୟ ଚିହ୍ନଟ ହୋଇଛନ୍ତି’ ବୋଲି କେନ୍ଦ୍ର ରେଳମନ୍ତ୍ରୀ କହିଛନ୍ତି।

Advertisment

ସୂଚନାଥାଉ କି, ଶୁକ୍ରବାର ଦିନ ହାୱଡାରୁ ଚେନ୍ନାଇ ଯାଉଥିବା କରମଣ୍ଡଳ ଏକ୍ସପ୍ରେସ୍ ବାଲେଶ୍ୱର ବାହାନଗା ନିକଟରେ ପ୍ରଥମେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ପୂର୍ବରୁ ଛିଡ଼ା ହୋଇଥିବା ଏକ ମାଲ୍‌ବାହୀ ଗାଡ଼ିକୁ ଧକ୍କା ଦେଇ ଓଲଟି ପଡ଼ିଥିଲା କରମଣ୍ଡଳ। ଏପରିକି ମାଲ୍‌ବାହୀ ଗାଡ଼ି ଉପରକୁ ଚଢ଼ି ଯାଇଛି କରମଣ୍ଡଳ। ଏହି ଟ୍ରେନ୍‌ର କିଛି ବଗି ଆର ଟ୍ରାକ ଉପରେ ପଡ଼ିଥଲା। କିଛି ସମୟ ପରେ ସେହି ରୁଟ୍‌ରେ ଆସିଥିଲା ଯଶୱନ୍ତପୁର-ହାୱଡ଼ା ଟ୍ରେନ୍‌। ଏହି ଟ୍ରେନ୍ କରମଣ୍ଡଳ ଏକସପ୍ରେସ୍‌ର ଓଲଟି ପଡ଼ିଥିବା ବଗିକୁ ଧକ୍କା ଦେଇଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ