• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Tanmay Kumar Mahalik

ପିକଅପ୍ ଭ୍ୟାନ୍ ଧକ୍କାରେ ଚାଲିଗଲା ୩ ଜୀବନ । ଅନୁଗୁଳ ଜିଲ୍ଲା ଜରପଡ଼ା ଥାନା ୫୫ନମ୍ବର ଜାତୀୟ ରାଜପଥ ସାନ୍ତରାପୁର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବାଇକରେ ୩ଜଣ ଜରପଡ଼ା ଅଭିମୁଖେ ଯାଉଥିବା ସମୟରେ ବିପରୀତ ଦିଗରୁ ଆସୁଥିବା ଏକ ପିକଅପ ଭ୍ୟାନ୍‌ ସେମାନଙ୍କୁ ଧକ୍କା ଦେଇଛି ।

ପିକଅପ୍ ଭ୍ୟାନ୍‌ଟି ବାଇକ୍‌କୁ ମୁହାଁମୁହିଁ ଧକ୍କା ଦେବା ଫଳରେ ବାଇକରେ ଥିବା ୩ଜଣଙ୍କ ମଧ୍ୟରୁ ଦୁର୍ଘଟଣାସ୍ଥଳରେ ୨ଜଣଙ୍କ ମୃତ୍ୟୁ ହୋଇଥିଲା । ଅନ୍ୟଜଣେ ଗୁରୁତର ହୋଇଥିଲେ । ସମସ୍ତଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ହେଲେ ଡାକ୍ତରଖାନାରେ ଡାକ୍ତର ସମସ୍ତଙ୍କୁ ମୃତ ଘୋଷଣା କରିଛନ୍ତି । ଦୁର୍ଘଟଣା ପରେ ପିକଅପ ଚାଳକ ଗାଡ଼ି ଛାଡି ଫେରାର ହୋଇଯାଇଛି ।

ଏନେଇ ପୋଲିସ ଖବର ପାଇବା ପରେ ଘଟଣାସ୍ଥଳରେ ପହଞ୍ଚିଛି । ପିକଅପ ଚାଳକକୁ ଧରିବାକୁ ଉଦ୍ୟମ କରୁଛି । ଦୁର୍ଘଟଣା କିପରି ଘଟିଲା ସେନେଇ ତଦନ୍ତ ତଦନ୍ତ ଚଳାଇଛି ।