Advertisment

ରେଳ ଦୁର୍ଘଟଣା ମୃତ୍ୟୁ ସଂଖ୍ୟା ୨୬୧କୁ ବୃଦ୍ଧି:ସମୟ ଯେତିକି ବଢ଼ୁଛି,ସାମ୍ନାକୁ ଆସୁଛି ସେତିକି କରୁଣ ଦୃଶ୍ୟ...

ସମୟ ଯେତିକି ବଢ଼ୁଛି, ରେଳ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ମଧ୍ୟ ସେତିକି ବଢ଼ୁଛି। ବାଲେଶ୍ୱର ବାହନଗା ରେଳ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୨୬୧କୁ ବୃଦ୍ଧି ପାଇଛି।

ଅଦ୍ୟତନ ହୋଇଛି
Train Accident In Odisha

Train Accident In Odisha

Advertisment

ସମୟ ଯେତିକି ବଢ଼ୁଛି, ରେଳ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ମଧ୍ୟ ସେତିକି ବଢ଼ୁଛି। ବାଲେଶ୍ୱର ବାହନଗା ରେଳ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୨୬୧କୁ ବୃଦ୍ଧି ପାଇଛି। ମୃତ୍ୟୁ ସଂଖ୍ୟା ୨୬୧ ନେଇ ଦକ୍ଷିଣ ପୂର୍ବ ରେଲ୍‌ୱେ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରାୟ ୯ଶହରୁ ଅଧିକ ଆହତ ବିଭିନ୍ନ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି।

Advertisment

ସେପଟେ ଟ୍ରେନ୍‌ ଦୁର୍ଘଟଣାର ଉଦ୍ଧାର କାର୍ଯ୍ୟ ଶେଷ ହୋଇଛି। ଏନେଇ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୂଚନା ଦେଇଛନ୍ତି। ସେ ସୂଚନା ଦେଇଛନ୍ତି, ଉଦ୍ଧାର କାର୍ଯ୍ୟ ଶେଷ ପରେ ମରାମତି କାମ ଆରମ୍ଭ ହୋଇଛି। ଦୁର୍ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ କରାଯିବ। ଭବିଷ୍ୟତରେ ଯେପରି ପୁନରାବୃତ୍ତି ନହେବ, ସେଥିପ୍ରତି ଦୃଷ୍ଟି ଦିଆଯିବ।

ସୂଚନାଥାଉ କି, ହାୱଡାରୁ ଚେନ୍ନାଇ ଯାଉଥିବା କରମଣ୍ଡଳ ଏକ୍ସପ୍ରେସ୍ ବାଲେଶ୍ୱର ବାହାନଗା ନିକଟରେ ପ୍ରଥମେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ପୂର୍ବରୁ ଛିଡ଼ା ହୋଇଥିବା ଏକ ମାଲ୍‌ବାହୀ ଗାଡ଼ିକୁ ଧକ୍କା ଦେଇ ଓଲଟି ପଡ଼ିଥିଲା କରମଣ୍ଡଳ। ଏପରିକି ମାଲ୍‌ବାହୀ ଗାଡ଼ି ଉପରକୁ ଚଢ଼ି ଯାଇଛି କରମଣ୍ଡଳ। ଏହି ଟ୍ରେନ୍‌ର କିଛି ବଗି ଆର ଟ୍ରାକ ଉପରେ ପଡ଼ିଥଲା। କିଛି ସମୟ ପରେ ସେହି ରୁଟ୍‌ରେ ଆସିଥିଲା ଯଶୱନ୍ତପୁର-ହାୱଡ଼ା ଟ୍ରେନ୍‌। ଏହି ଟ୍ରେନ୍ କରମଣ୍ଡଳ ଏକସପ୍ରେସ୍‌ର ଓଲଟି ପଡ଼ିଥିବା ବଗିକୁ ଧକ୍କା ଦେଇଥିଲା।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ