Advertisment

Truck Accident In Boudh: ବ୍ରିଜ୍ ଉପରୁ ଖସିପଡ଼ିଲା ଟ୍ରକ୍; ୪ ଘଣ୍ଟା ଫସିରହିଲେ ଡ୍ରାଇଭର୍-ହେଲପର୍

ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ଓ ହେଲପର୍। ବୌଦ୍ଧ ମନମୁଣ୍ଡା ଥାନା ମଶିଣାପଡା ବ୍ରିଜ ନିକଟରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା । ବୌଦ୍ଧରୁ ସୁବର୍ଣ୍ଣପୁର ଯାଉଥିବାବେଳେ ଏକ ଟ୍ରକ୍ ଭାରସାମ୍ୟ ହରାଇ ବ୍ରିଜ୍ ତଳକୁ ଖସିପଡ଼ିଥିଲା ।

ଅଦ୍ୟତନ ହୋଇଛି
Truck Accident In Boudh

Truck Accident In Boudh

Advertisment

ବ୍ରିଜ୍ ଉପରୁ ଖସିପଡ଼ିଲା ଟ୍ରକ୍ । ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ଓ ହେଲପର୍। ବୌଦ୍ଧ ମନମୁଣ୍ଡା ଥାନା ମଶିଣାପଡା ବ୍ରିଜ ନିକଟରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣାବୌଦ୍ଧରୁ ସୁବର୍ଣ୍ଣପୁର ଯାଉଥିବାବେଳେ ଏକ ଟ୍ରକ୍ ଭାରସାମ୍ୟ ହରାଇ ବ୍ରିଜ୍ ତଳକୁ ଖସିପଡ଼ିଥିଲା । ଟ୍ରକ୍ ଡ୍ରାଇଭର ଓ ହେଲପର୍ ପ୍ରାୟ ୪ ଘଣ୍ଟା ଧରି ଟ୍ରକ ଭିତରେ ଫସିରହିଥିଲେ । ପରେ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଟ୍ରକ୍ ର ଡୋର୍ କାଟି ଉଭୟଙ୍କୁ ଉଦ୍ଧାର କିରି ଡାକ୍ତରଖାନାରେ ଭର୍ତ୍ତି କରିଛି। ଡ୍ରାଇଭରଙ୍କ ପରିଚୟ ମିଳିପାରିନଥିବାବେଳେ ପୋଲିସ ତଦନ୍ତ ଜାରି ରଖିଛି ।

Advertisment

ଏପଟେ ପରେଡରେ ଅଂଶ ଗ୍ରହଣ କରିବାକୁ ଯାଉଥିଲେ ସ୍କୁଲ ପିଲା। ଅଧବାଟରେ ଭାରସାମ୍ୟ ହରାଇ ଓଲଟି ପଡ଼ିଲା ପିକଅପ୍ ଭ୍ୟାନ୍। ଦୁର୍ଘଟଣାରେ ଜଣେ ଛାତ୍ରଙ୍କର ମୃତ୍ୟୁ ଘଟିଥିବା ବେଳେ ୨୫ରୁ ଅଧିକ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି। କଟକ ଜିଲ୍ଲା ବାଙ୍କି ଥାନା ଅଶୁଂପା ନିକଟରେ ଏହି ଦୁର୍ଘଟଣାରେ ଘଟିଛି। ମୃତ ଛାତ୍ର ଜଣଙ୍କ ହେଲେ ସୌମ୍ୟ ରଞ୍ଜନ ବେହେରା। ସେ ଦଶମ ଶ୍ରେଣୀରେ ପାଠ ପଢ଼ୁଥିଲେ। ମୃତାହତ ପିଲାମାନେ କଟକର ବାଙ୍କି ଥାନା ମାଳବିହାରପୁର ହାଇସ୍କୁଲ ସ୍କୁଲର ବୋଲି ଜଣାଯାଇଛି।

ଅଧିକ ପଢ଼ନ୍ତୁ:  ରାଜଧାନୀରେ ସିରିଜ୍ ଦୁର୍ଘଟଣା; ମୋ ବସ୍‌କୁ ଧକ୍କା ଦେଲା ମୋ ବସ୍‌

ଆଜି ସକାଳେ ମାଳବିହାରପୁର ହାଇସ୍କୁଲର ପିଲାମାନେ ନିଜ ସ୍କୁଲରେ ସାଧାରଣତନ୍ତ୍ର ଦିବସ ପାଳନ କରି ସାରି ସରଣ୍ଡା ପ୍ୟାରେଡ୍‌ ଗ୍ରାଉଣ୍ଡକୁ ଯାଉଥିଲେ। ସେଠାରେ ଛାତ୍ରଛାତ୍ରୀମାନେ ପ୍ୟାରେଡରେ ଅଂଶ ଗ୍ରହଣ କରିଥାନ୍ତେ। ନିଜ ସ୍କୁଲଠାରୁ ୩ରୁ୪ କିମି ଦୂରରେ ସରଣ୍ଡା ପ୍ୟାରେଡ୍‌ ଗ୍ରାଉଣ୍ଡ।

Advertisment

ଏଥିପାଇଁ ପିଲାମାନେ ଏକ ପିକଅପ୍ ଭ୍ୟାନରେ ଯାଉଥିଲେ।  ବାଟରେ ପିକଅପ୍ ଭ୍ୟାନଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଦୁର୍ଘଟଣାରେ ୨୦ରୁ ଅଧିକ ଛାତ୍ରଛାତ୍ରୀ ଆହତ ହୋଇଥିଲେ। ସମସ୍ତଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଜଣେ ଛାତ୍ରଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଆହତଙ୍କ ମଧ୍ୟରେ ୯ ଜଣଙ୍କ ଅବସ୍ଥା ଗୁରୁତର ରହିଥିଲା। ସେମାନଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଅନ୍ୟମାନେସୁସ୍ଥ ଥିବା ଜଣାଯାଇଛି। 

ଛାତ୍ରଙ୍କ ମୃତ୍ୟୁ ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି। ପୁଲିସ ଦୁର୍ଘଟଣାଗ୍ରସ୍ତ ପିକଅପ୍ ଭ୍ୟାନକୁ ଜବତ କରି ଘଟଣାର ତଦନ୍ତ କରୁଛି। ଅନ୍ୟପକ୍ଷରେ ମୃତ ଛାତ୍ରଙ୍କ ପରିବାରକୁ ରେଡକ୍ରସ ପକ୍ଷରୁ ୨୫ ହଜାର ଟଙ୍କା ଦିଆଯିବ ବୋଲି ଘୋଷଣା କରାଯାଇଛି। ଏଥିସହ ଦୁର୍ଘଟଣାର ତଦନ୍ତ ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି।

Advertisment

ଅଧିକ ପଢ଼ନ୍ତୁ: ନିରଞ୍ଜନଙ୍କ ଘରେ କଳାକନା ବୁଲାଇଲେ ଚୋର

Boudh Accident Truck Accident
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ