Advertisment

Tragic Auto Accident Claims Lives: ସକାଳୁ ସକାଳୁ ମର୍ମନ୍ତୁଦ ଦୁର୍ଘଟଣା, ଓଲଟିଲା ଡାଲା ଅଟୋ; ୨ ମୃତ...

ମୃତକ ଦୁଇ ଜଣ ଭେଟନଈ ଗ୍ରାମର ୨୫ ବର୍ଷୀୟା ଗାୟତ୍ରୀ ଗୌଡ଼ ଓ ୫୦ ବର୍ଷୀୟା ସରୋଜିନୀ ସାହୁ। ସାନଖୋଲି ଗ୍ରାମକୁ ଯଜ୍ଞ ଦେଖିବାକୁ ଭେଟନଈ ଗ୍ରାମର ୨୦ରୁ ଉର୍ଦ୍ଧ୍ବ ଲୋକ ଏକ ଡାଲା ଅଟୋରେ ଯାଇଥିଲେ।

author-image
Sujit kumar Swain
ଅଦ୍ୟତନ ହୋଇଛି
Tragic Auto Accident Claims Lives

Tragic Auto Accident Claims Lives

ଆସିକା କୋଟିନଡ଼ା ଥାନା ନିକଟରେ ମର୍ମନ୍ତୁଦ ଦୁର୍ଘଟଣା। ଡାଲା ଅଟୋ ଓଲଟି ୨ ମହିଳା ମୃତ, ୧୪ ଜଣ ଆହତ। ଗୁରୁତରଙ୍କୁ ଆସିକା ମେଡିକେଲରେ ଭର୍ତି କରାଯାଇଛି। ୭ ଜଣ ଗୁରୁତରଙ୍କୁ ବ୍ରହ୍ମପୁର ମେଡିକେଲ ସ୍ଥାନାନ୍ତର କରାଯାଇଛି। 

Advertisment

ଅଧିକ ପଢ଼ନ୍ତୁ: ଭୟଙ୍କର ଗ୍ୟାସ ସିଲିଣ୍ଡର ବିସ୍ଫୋରଣ, ଜଳିଗଲା ଦୋକାନ

ମୃତକ ଦୁଇ ଜଣ ଭେଟନଈ ଗ୍ରାମର ୨୫ ବର୍ଷୀୟା ଗାୟତ୍ରୀ ଗୌଡ଼ ଓ ୫୦ ବର୍ଷୀୟା ସରୋଜିନୀ ସାହୁ। ସାନଖୋଲି ଗ୍ରାମକୁ ଯଜ୍ଞ ଦେଖିବାକୁ ଭେଟନଈ ଗ୍ରାମର ୨୦ରୁ ଉର୍ଦ୍ଧ୍ବ ଲୋକ ଏକ ଡାଲା ଅଟୋରେ ଯାଇଥିଲେ। ଯଜ୍ଞ ଦେଖି ଫେରୁଥିବା ସମୟରେ ଅଟୋଟି ଭାରସାମ୍ୟ ହରାଇ ବଡଖୋଲି ଓ ଭେଟନଇ ମଝି ରାସ୍ତାରେ ଓଲଟି ପଡିବାରୁ ଏହି ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ପୋଲିସ ପହଁଚି ମୃତଦେହ ଜବତ କରି ଅଧିକ ତଦନ୍ତ ଚଳାଇଛି।

Accident
Advertisment
Related Articles
Advertisment