Advertisment

ଆଜିଠୁ ସର୍ବସାଧାରଣ ଦର୍ଶନ, ପ୍ରତିଦିନ ରାମଲାଲାଙ୍କୁ ଦର୍ଶନ କରିବେ ଦେଢ଼ ଲକ୍ଷରୁ ଅଧିକ ଶ୍ରଦ୍ଧାଳୁ

ଗତକାଲି ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ପରେ ପ୍ରଭୁ ଶ୍ରୀରାମଙ୍କ ଦର୍ଶନ ପାଇଁ ଅଯୋଧ୍ୟାରେ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗି ରହିଛି। ଲକ୍ଷାଧିକ ସଂଖ୍ୟାରେ ଶ୍ରଦ୍ଧାଳୁ ରାମଲାଲାଙ୍କ ଦର୍ଶନ ପାଇଁ ଅପେକ୍ଷା କରିଛନ୍ତି ।

author-image
Santosh Kumar Sahoo
ଅଦ୍ୟତନ ହୋଇଛି
Ayodhya Ram Mandir Live Updates

Ramlalla Darshan

ଧନ୍ୟ ହୋଇଯିବ ଚର୍ମଚକ୍ଷୁ, ମନ୍ତ୍ରମୁଗ୍ଧ ମନପ୍ରାଣ । ଆଜିଠୁ ଅଯୋଧ୍ୟା ଶ୍ରୀରାମ ମନ୍ଦିରରେ ଆରମ୍ଭ ହୋଇଛି ସର୍ବସାଧାରଣ ଦର୍ଶନ। ସୂଚନା ଅନୁସାରେ, ସକାଳ ୭ଟାରୁ ରାତି ୧୦ଟା ଯାଏଁ ରାମ ଲାଲାଙ୍କ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ। ନୀତିକାନ୍ତି ପାଇଁ ଦିନ ସାଢେ ୧୧ଟାରୁ ଅପରାହ୍ଣ ୨ଟା ଯାଏଁ ଦର୍ଶନ ବନ୍ଦ ରହିବ। ସକାଳ ସାଢେ ୬ଟା ଏବଂ ସନ୍ଧ୍ୟା ସାଢେ ୭ଟାରେ ରାମଲାଲାଙ୍କ ଆଳତୀ କରାଯିବ। ଟ୍ରଷ୍ଟ ପକ୍ଷରୁ ପ୍ରତିଦିନ ଦେଢ ଲକ୍ଷରୁ ଅଧିକ ଶ୍ରଦ୍ଧାଳୁଙ୍କ ଦର୍ଶନ ବ୍ୟବସ୍ଥା କରାଯାଇଛି। ପ୍ରତି ଶ୍ରଦ୍ଧାଳୁଙ୍କୁ ଦର୍ଶନ ପାଇଁ ୧୫ରୁ ୨୦ ସେକେଣ୍ଡ ସମୟ ମିଳିବ। ତେବେ ଆଜି ରାମଲାଲାଙ୍କ ଦର୍ଶନ ପାଇଁ ଲାଗିଛି ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼। ଭୋର୍ ୩ଟାରୁ ମନ୍ଦିର ବାହାରେ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଛି। 

Advertisment

ଅଧିକ ପଢ଼ନ୍ତୁ: ପ୍ରଭୁ ଶ୍ରୀରାମଙ୍କ ପାଇଁ ବଡ଼ ଉପହାର; ମନ୍ଦିର ପାଇଁ ଭକ୍ତ ଦେଲେ ୨,୪୦୦ କିଲୋର ଘଣ୍ଟି

ଅନ୍ୟପକ୍ଷରେ ଗତକାଲି ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ପରେ ପ୍ରଭୁ ଶ୍ରୀରାମଙ୍କ ଦର୍ଶନ ପାଇଁ ଅଯୋଧ୍ୟାରେ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗି ରହିଛି। ଲକ୍ଷାଧିକ ସଂଖ୍ୟାରେ ଶ୍ରଦ୍ଧାଳୁ ରାମଲାଲାଙ୍କ ଦର୍ଶନ ପାଇଁ ଅପେକ୍ଷା କରିଛନ୍ତି । ସାରା ଦେଶରୁ ଅଯୋଧ୍ୟାକୁ ଛୁଟି ଆସିଛନ୍ତି ଭକ୍ତ। ସେହିପରି ଅନେକ ଅଯୋଧ୍ୟା ଯିବାକୁ ଟିକେଟ୍ ମଧ୍ୟ ବୁକ୍ କରିସାରିଛନ୍ତି। ଗତକାଲି ପ୍ରଧାନମନ୍ତ୍ରୀ ମୋଦିଙ୍କ ଦ୍ୱାରା ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା କରାଯିବା ପରେ ଦେଶବାସୀଙ୍କ ମଧ୍ୟରେ ଉତ୍ସୁକତା ଆହୁରି ବଢିଯାଇଛି।

Advertisment
Ayodhya Ram Temple India Ayodhya Ram Mandir
Advertisment
Advertisment