Ram Temple inauguration
ଅଯୋଧ୍ୟା ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ଉତ୍ସବକୁ ଯିବନି କଂଗ୍ରେସ । କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡ଼ଗେ, ସାଂସଦ ସୋନିଆ ଗାନ୍ଧି, ଲୋକସଭାରେ କଂଗ୍ରେସ ନେତା ଅଧୀର ରଂଜନ ଚୌଧୁରୀଙ୍କୁ ନିମନ୍ତ୍ରଣ କରାଯାଇଥିଲେ ମଧ୍ୟ ସେମାନେ ଯିବେନି ବୋଲି ଦଳ ପକ୍ଷରୁ କୁହାଯାଇଛି ।
ଦଳ ଅଭିଯୋଗ କରିଛି, ଅଯୋଧ୍ୟା ରାମ ମନ୍ଦିରକୁ ବିଜେପି ବହୁ ଦିନରୁ ଏକ ରାଜନୈତିକ ପ୍ରସଙ୍ଗ କରିଛି । କେବଳ ନିର୍ବାଚନରେ ଫାଇଦା ଉଠାଇବାକୁ ବିଜେପି ଓ ଆରଏସଏସର ପ୍ରରୋଚରନାରେ ମନ୍ଦିର ନିର୍ମାଣ ଅସଂପୂର୍ଣ୍ଣ ହୋଇଥିଲେ ମଧ୍ୟ ଏବେ ପ୍ରାଣ ପ୍ରତିଷ୍ଠା କରାଯାଉଛି ।
ତେଣୁ ବିଜେପି ଓ ଆରଏସଏସ ର ଏହି କାର୍ଯ୍ୟକ୍ରମରେ ସୋନିଆ ଗାନ୍ଧି, ମଲ୍ଲିକାର୍ଜୁନ ଖଡଗେ, ଅଧୀର ରଂଜନ ଚୌଧୁରୀ ଯୋଗ ଦେବେ ନାହିଁ । ଆସନ୍ତା ୨୨ ତାରିଖରେ ଅଯୋଧ୍ୟା ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା ହେବାର ଅଛି। ବହୁ ଦିନରୁ କଳ୍ପନାଜଳ୍ପନା ଲାଗି ରହିଥିଲା, କଂଗ୍ରେସ ନେତା ଏହି ମହୋତ୍ସବରେ ଯୋଗ ଦେବେକି ନାହିଁ ।
ରାଜନୈତିକ ସ୍ଥିତିକୁ ଦେଖି କଂଗ୍ରେସ କଣ ନିଷ୍ପତ୍ତି ନେବ, ତା ଉପରେ ସମସ୍ତଙ୍କର ନଜର ଥିଲା। ଏବେ ଦଳ ଆଭିମୁଖ୍ୟ ସ୍ପଷ୍ଟ କରି କହିଛି- ଅଯୋଧ୍ୟା ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ଉତ୍ସବକୁ କଂଗ୍ରେସର ନେତାମାନେ ଯିବେନି । କଂଗ୍ରେସର ଏହି ନିଷ୍ପତ୍ତିକୁ କଡ଼ା ସମାଲୋଚନା କରିଛି ବିଜେପି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1704893487.jpg)