• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Manoranjan Behera

ଅଯୋଧ୍ୟାର ଭବ୍ୟ ରାମ ମନ୍ଦିରରେ ବିରାଜମାନ ରାମ ଲଲାଙ୍କର ଆସିଲା ସ୍ପଷ୍ଟ ଫଟୋ । କଳାରଙ୍ଗର ପ୍ରସ୍ତରରେ ନିର୍ମିତ ହୋଇଛି ରାମଲାଲାଙ୍କ ପ୍ରତିମୂର୍ତ୍ତି । ପୂର୍ବରୁ ମଧ୍ୟ ରାମଲାଲାଙ୍କ ଏକ ଫଟୋ ସମସ୍ତଙ୍କ ସାମ୍ନାକୁ ଆସିଥିଲା। ଆଜି ତାହାର ସ୍ପଷ୍ଟ ଫଟୋ ଆସିଛି । ଯାହାକି କୋଟି କୋଟି ରାମଭକ୍ତଙ୍କୁ ଅଧିକ ଉତ୍କଣ୍ଠିତ କରିଛି ।

ଆସନ୍ତା ୨୨ରେ ରାମ ଲାଲାଙ୍କ ପ୍ରାଣପ୍ରତିଷ୍ଠା ଉତ୍ସବ ପାଇଁ ଉତ୍ସବ ମୁଖରିତ ହେଲାଣି ଅଯୋଧ୍ୟା ନଗରୀ । ପୂଜାପାଠ ପରେ ଆସ୍ଥାନ ଭିତରେ ବହୁମୂଲ୍ୟ ରତ୍ନ ରଖାଯିବା ପରେ ରାମଲାଲାଙ୍କ ବିଗ୍ରହ ଗର୍ଭଗୃହରେ ସ୍ଥାପନ କରାଯାଇଛି । ବୁଧବାର ରାମଲାଲାଙ୍କ ମୂର୍ତ୍ତି ମନ୍ଦିର ପରିସରକୁ ଅଣାଯାଇଥିଲା । ଗର୍ଭଗୃହରେ ସ୍ଥାପନ ପୂର୍ବରୁ ମନ୍ଦିର ପରିସରରେ ମୂର୍ତ୍ତି ପରିକ୍ରମା କରିବାର ଯୋଜନା ଥିଲା । ମାତ୍ର ମୂର୍ତ୍ତିର ଓଜନ ଅଧିକ ହେବାରୁ ଏହା ଜାଗାରେ ୧୦ କେଜିର ଚାନ୍ଦି ମୂର୍ତ୍ତି ମନ୍ଦିର ପରିସରରେ ବୁଲାଯାଇଥିଲା । ପରେ ରାମଲାଲାଙ୍କ ମୂର୍ତ୍ତିକୁ ଆସ୍ଥାନରେ ବିରାଜମାନ କରାଯାଇଥିଲା ।

ରାମଲାଲାଙ୍କ ଟିକିନିଖି ଖବର ଜାଣିବା ପାଇଁ ଏହି ଲିଙ୍କ ରେ କ୍ଲିକ କରନ୍ତୁ...

ଆସନ୍ତା ୨୨ ତାରିଖ ଦିନ ୧୨ଟା ୩୦ରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା କରାଯିବ। କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସହ ୬ ହଜାରରୁ ଅଧିକ ବିଶିଷ୍ଟ ବ୍ୟକ୍ତି ବିଶେଷ ସାମିଲ ହେବେ । ଏଥିସହ ୪ ହଜାର ସନ୍ଥ ମଧ୍ୟ ଭବ୍ୟ ଉତ୍ସବରେ ସାମିଲ ହେବା କାର୍ଯ୍ୟକ୍ରମ ରହିଛି । ପ୍ରାଣ ପ୍ରତିଷ୍ଠା ଉତ୍ସବକୁ ମଝିରେ ଆଉ ମାତ୍ର ୨ ଦିନ ଥିବା ବେଳେ ଜୋରସୋରରେ ଆଗେଇ ଚାଲିଛି ପ୍ରସ୍ତୁତି ।

ଶ୍ରୀରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ଉତ୍ସବ ପୂର୍ବରୁ ଚାଲିଛି ଧାର୍ମିକ ରୀତିନୀତି । ଆଜି ସକାଳେ ଔଷଧାଧିବାସ, କେଶରାଧିବାସ, ଘୃତାଧିବାସ ନାତି ଥିବା ବେଳେ ସଂଧ୍ୟାରେ ଧ୍ୟାନାଧିବାସ ନୀତି ରହିଛି । ସେହିପରି ଆସନ୍ତାକାଲି ସକାଳେ ଶର୍କରାଧିବାସ, ଫଳାଧିବାସ ଏବଂ ସଂଧ୍ୟାରେ ପୁଷ୍ପାଧିବାସ ରହିଛି । ୨୧ ତାରିଖ ସକାଳେ ମଧ୍ୟାଧିବାସ ଓ ସଂଧ୍ୟାରେ ଶଯ୍ୟାଧିବାସ ରହିଛି ।

ଅଧିକ ପଢ଼ନ୍ତୁ: ୧୨ ତାରିଖରୁ ଚଟାଣରେ ଶୋଉଛନ୍ତି, ଖାଲି ପଇଡ଼ ପାଣି ପିଉଛନ୍ତି ମୋଦି !