Advertisment

ବଜେଟ ୨୦୨୪: ଗରିବଙ୍କ ପାଇଁ ବଡ଼ ଘୋଷଣା, ୫ବର୍ଷରେ ମିଳିବ ୨କୋଟି ପକ୍କାଘର

ଟିକସ ବ୍ୟବସ୍ଥାରେ କୌଣସି ପରିବର୍ତ୍ତନ କରାଯିବ ନାହିଁ ବୋଲି ନିର୍ମଳା ସୀତାରମଣ ଘୋଷଣା କରିଛନ୍ତି। ଟ୍ୟାକ୍ସ ରିଟର୍ଣ୍ଣ ଫାଇଲ ସହଜ ଏବଂ ସରଳ କରାଯିବା ସହ ବିକଶିତ ଭାରତ ନେଇ ଜୁଲାଇ ବଜେଟରେ ବ୍ୟାପକ ଘୋଷଣା ହେବ।

ଅଦ୍ୟତନ ହୋଇଛି
Interim Budget 2024: Pucca House for poors

Pucca House

Advertisment

ସଂସଦରେ ବଜେଟ ଉପସ୍ଥାପନ କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ପ୍ରଥମ ଏବଂ ଦ୍ୱିତୀୟ ପାଳି ସରକାରର ଅର୍ଥନୀତି ଅବତାରଣା କଲେ ଅର୍ଥମନ୍ତ୍ରୀ। ସମାଜର ସବୁ ବର୍ଗର ଲୋକଙ୍କ ବିକାଶ ପାଇଁ ବଜେଟରେ ବ୍ୟବସ୍ଥା ହୋଇଛି। ସବ୍‌କା ସାଥ୍‌, ସବକା ବିକାଶ ଓ ସବ୍‌କା ପ୍ରୟାସ ଚାଲୁ ରହିଛି ବୋଲି କହିଛନ୍ତି ନିର୍ମଳା। ଗରିବଙ୍କୁ ପକ୍କା ଘର ଯୋଗାଇ ଦିଆଯାଉଛି । ଆଗାମୀ ୫ ବର୍ଷରେ ଆଉ ୨ କୋଟି ପକ୍କା ଘର ଯୋଗାଇ ଦିଆଯିବ ବୋଲି ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ । ସେହିପରି ୧କୋଟି ଘରକୁ ୩ ଶହ ୟୁନିଟ ମାଗଣା ବିଜୁଳି ଯୋଗାଣ ହେବ।

Advertisment

Budget 2024 LIVE Updates | କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍‌ରେ କାହା ପାଇଁ କେତେ ?

୮୩ ଲକ୍ଷ ଏସ୍‌ଏଚ୍‌ଜିରେ ଏବେ ୯କୋଟି ମହିଳା ସାମିଲ ଅଛନ୍ତି। ଏଯାଏ ୧ କୋଟି ମହିଳା ଲକ୍ଷପତି ଦିଦି ହୋଇସାରିଲେଣି । ଗବେଷଣା ପାଇଁ ‘ଜୟ ଅନୁସନ୍ଧାନ’ ଯୋଜନାରେ ୧ ଲକ୍ଷ କୋଟି ଟଙ୍କାର ଋଣ ଦିଆଯିବ। ୪୦ ହଜାର ସାଧାରଣ ବଗି ବନ୍ଦେ ଭାରତ ବଗିକୁ ରୂପାନ୍ତର ହେବ ବୋଲି ସେ କହିଛନ୍ତି। ସେହିପରି ଉଡାନ୍‌ ଯୋଜନାରେ ଆଉ ୫୭୦ ନୂଆ ଏୟାର ରୁଟ୍‌ ହେବ ଯେଉଁଥିରେ ୧.୦୩ କୋଟି ଯାତ୍ରୀ ସୁବିଧା ପାଇବେ। ଲାକ୍ଷାଦ୍ୱୀପକୁ ଅଧିକ ପର୍ଯ୍ୟଟକ ଆକର୍ଷଣ ବ୍ୟବସ୍ଥା କରାଯିବା ସହ ଭିତ୍ତିଭୂମିର ବ୍ୟାପକ ବିକାଶ କରାଯିବ।

Advertisment

ଟିକସ ବ୍ୟବସ୍ଥାରେ କୌଣସି ପରିବର୍ତ୍ତନ କରାଯିବ ନାହିଁ ବୋଲି ନିର୍ମଳା ସୀତାରମଣ ଘୋଷଣା କରିଛନ୍ତି। ଟ୍ୟାକ୍ସ ରିଟର୍ଣ୍ଣ ଫାଇଲ ସହଜ ଏବଂ ସରଳ କରାଯିବା ସହ ବିକଶିତ ଭାରତ ନେଇ ଜୁଲାଇ ବଜେଟରେ ବ୍ୟାପକ ଘୋଷଣା ହେବ। ସେହିପରି ବିତ୍ତୀୟ ନିଅଣ୍ଟକୁ ୪.୫%କୁ ହ୍ରାସ କରାଯିବାକୁ ଲକ୍ଷ୍ୟ ରଖାଯାଇଛି। ଡିବିଟି ଜରିଆରେ ୩୪ ଲକ୍ଷ କୋଟି ପ୍ରଦାନ କରାଯାଇଛି । ଜନଧନ ଆକାଉଣ୍ଟ ଜରିଆରେ ହିତାଧିକାରୀଙ୍କୁ ସିଧା ସହାୟତା ମିଳୁଛି । ପିଏମ୍ କୃଷକ ସମ୍ମାନ ନିଧି ଯୋଜନାରେ ୧୧.୮ କୋଟି ଚାଷୀଙ୍କୁ ଲାଭ ମିଳୁଥିବା ବେଳେ ଜାତୀୟ ଶିକ୍ଷା ନୀତି ଜରିଆରେ ଶିକ୍ଷାକୁ ଅଧିକ ଉପାଦେୟ କରାଯାଇଛି।

୭ଟି ଆଇଆଇଟି, ୧୬ଟି ଟ୍ରିପଲ ଆଇଟି, ୭ଟି ଆଇଆଇଏମ୍‌ ପ୍ରତିଷ୍ଠା ହୋଇଛି। ୧୩ଟି ଏମ୍‌ସ ଓ ୩୯୦ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରାଯାଇଛି। ଭାରତକୁ ବିକାଶର ଉତ୍ତୁଙ୍ଗ ଶିଖରକୁ ନେବା ଆମର ମୂଳ ଲକ୍ଷ୍ୟ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି। ସମସ୍ତ ଅତ୍ୟାଧୁନିକ ବ୍ୟବସ୍ଥା ସହ ବିକଶିତ ଭାରତ ଗଠନ କରିବାକୁ ଲକ୍ଷ୍ୟ ରଖାଯାଇଛି । ରିଫର୍ମ, ପର୍‌ଫର୍ମ ଓ ଟ୍ରାନ୍ସଫର୍ମକୁ ସରକାର ଗୁରୁତ୍ୱ ଦେଇଥିବା ବେଳେ ଭାରତର ବିକାଶରେ ପୂର୍ବାଞ୍ଚଳ ରାଜ୍ୟକୁ ଡ୍ରାଇଭିଂ ସିଟ୍‌କୁ ନିଆଯାଉଛି। ସେହିପରି ଜିଡିପିକୁ ସରକାର ଗୁରୁତ୍ୱ ଦେଉଥିବା କହିଛନ୍ତି ଅର୍ଥମନ୍ତ୍ରୀ । ଜି-ଗଭର୍ଣ୍ଣାନ୍ସ, ଡି- ଡେଭଲପମେଣ୍ଟ ଏବଂ ପି ହେଉଛି ପର୍‌ଫର୍‌ମାନ୍ସ ବୋଲି ସେ କହିଛନ୍ତି।

Advertisment

ଅଧିକ ପଢ଼ନ୍ତୁ: ବଜେଟ୍ କେତେ ପ୍ରକାର; ଏହା କିପରି ଦେଶବାସୀଙ୍କୁ ସହଯୋଗ କରେ

Finance Minister Nirmala Sitharaman Nirmala Sitharaman Pucca Houses Interim Budget Budget 2024
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ