Advertisment

ବଜେଟ୍‌ ୨୦୨୪; ୧ କୋଟି ଘରକୁ ୩ ଶହ ୟୁନିଟ ମାଗଣା ବିଜୁଳି

ସମାଜର ସବୁ ବର୍ଗର ଲୋକଙ୍କ ବିକାଶ ପାଇଁ ବ୍ୟବସ୍ଥା ହୋଇଥିବା ଏବଂ ସବ୍‌କା ସାଥ୍‌, ସବକା ବିକାଶ ଓ ସବ୍‌କା ପ୍ରୟାସ ଚାଲୁ ରହିଥିବା କହିଛନ୍ତି ନିର୍ମଳା ସୀତାରମଣ।

author-image
Manoranjan Behera
ଅଦ୍ୟତନ ହୋଇଛି
Union Budget: 300 units of free electricity every month

Electricity

ସଂସଦରେ ବଜେଟ ଉପସ୍ଥାପନ କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ପ୍ରଥମ ଏବଂ ଦ୍ୱିତୀୟ ପାଳି ସରକାରର ଅର୍ଥନୀତି ଅବତାରଣା କରିଛନ୍ତି। ସମାଜର ସବୁ ବର୍ଗର ଲୋକଙ୍କ ବିକାଶ ପାଇଁ ବ୍ୟବସ୍ଥା ହୋଇଥିବା ଏବଂ ସବ୍‌କା ସାଥ୍‌, ସବକା ବିକାଶ ଓ ସବ୍‌କା ପ୍ରୟାସ ଚାଲୁ ରହିଥିବା କହିଛନ୍ତି ନିର୍ମଳା ସୀତାରମଣ।

Advertisment

ବଜେଟ୍‌ ୨୦୨୪ରେ ବଡ଼ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ। କହିଛନ୍ତି, ୧ କୋଟି ଘରକୁ ୩ ଶହ ୟୁନିଟ ମାଗଣା ବିଜୁଳି ଯୋଗାଣ ହେବ। ଏହାଛଡ଼ା ୫ ବର୍ଷରେ ଗରିବଙ୍କୁ ଆଉ ୨କୋଟି ପକ୍କା ଘର ଯୋଗାଇ ଦିଆଯିବ।

Budget 2024 LIVE Updates | କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍‌ରେ କାହା ପାଇଁ କେତେ ?

Advertisment

ନିର୍ମଳା ଆହୁରି କହିଛନ୍ତି ଯେ, ୮୩ ଲକ୍ଷ ଏସ୍‌ଏଚ୍‌ଜିରେ ଏବେ ୯କୋଟି ମହିଳା ସାମିଲ ଅଛନ୍ତି। ଏଯାବତ ୧ କୋଟି ମହିଳା ଲକ୍ଷପତି ଦିଦି ହୋଇସାରିଲେଣି। ଗବେଷଣା ପାଇଁ ‘ଜୟ ଅନୁସନ୍ଧାନ’ ଯୋଜନାରେ ୧ ଲକ୍ଷ କୋଟି ଟଙ୍କାର ଋଣ ଦିଆଯିବ। ୪୦ ହଜାର ସାଧାରଣ ବଗି ବନ୍ଦେ ଭାରତ ବଗିକୁ ରୂପାନ୍ତର ହେବ। ଉଡାନ୍‌ ଯୋଜନାରେ ଆଉ ୫୭୦ ନୂଆ ଏୟାର ରୁଟ୍‌ ହେବ। ୫୭୦ ନୂଆ ରୁଟ୍‌ରେ ୧.୦୩ କୋଟି ଯାତ୍ରୀ ସୁବିଧା ପାଇବେ।

ଲାକ୍ଷାଦ୍ୱୀପକୁ ନେଇ ବଜେଟ୍‌ରେ ସ୍ୱତନ୍ତ୍ର ଉପସ୍ଥାପନା ରଖାଯାଇଛି। କୁହାଯାଇଛି ଯେ, ଲାକ୍ଷାଦ୍ୱୀପରେ ଅଧିକ ପର୍ଯ୍ୟଟକ ଆକର୍ଷଣ ବ୍ୟବସ୍ଥା କରାଯିବ। ଲାକ୍ଷାଦ୍ୱୀପରେ ଭିତ୍ତିଭୂମିର ବ୍ୟାପକ ବିକାଶ କରାଯିବ। ରାଜ୍ୟମାନଙ୍କୁ ୭୫ ହଜାର କୋଟି ଟଙ୍କା ପ୍ରଦାନ କରାଯିବ।

ବଜେଟ୍‌ରେ ଜିଡିପି ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଛି। ଜିଡିପିକୁ ସରକାର ଗୁରୁତ୍ୱ ଦେଉଥିବା କହିଛନ୍ତି ନିର୍ମଳା ସୀତାରମଣ। ଭାରତକୁ ବିକାଶର ଉତ୍ତୁଙ୍ଗ ଶିଖରକୁ ନେବା ଆମର ମୂଳ ଲକ୍ଷ୍ୟ। ସମସ୍ତ ଅତ୍ୟାଧୁନିକ ବ୍ୟବସ୍ଥା ସହ ବିକଶିତ ଭାରତ ଆମର ଲକ୍ଷ୍ୟ। ରିଫର୍ମ, ପର୍‌ଫର୍ମ ଓ ଟ୍ରାନ୍ସଫର୍ମକୁ ଆମ ସରକାର ଗୁରୁତ୍ୱ ଦେଇଛି। ଭାରତର ବିକାଶରେ ପୂର୍ବାଞ୍ଚଳ ରାଜ୍ୟକୁ ଡ୍ରାଇଭିଂ ସିଟ୍‌କୁ ନିଆଯାଉଛି। ଡିବିଟି ଜରିଆରେ ୩୪ ଲକ୍ଷ କୋଟି ପ୍ରଦାନ କରାଯାଇଛି।

ବଜେଟ୍‌ରେ ଆହୁରି କୁହାଯାଇଛି ଯେ, ଜନଧନ ଆକାଉଣ୍ଟ ଜରିଆରେ ହିତାଧିକାରୀଙ୍କୁ ସିଧା ସହାୟତା ମିଳୁଛି। ପିଏମ୍ କୃଷକ ସମ୍ମାନ ନିଧି ଯୋଜନାରେ ୧୧.୮ କୋଟି ଚାଷୀଙ୍କୁ ଲାଭ ମିଳୁଛି। ଜାତୀୟ ଶିକ୍ଷା ନୀତି ଜରିଆରେ ଶିକ୍ଷାକୁ ଅଧିକ ଉପାଦେୟ କରାଯାଇଛି। ୭ଟି ଆଇଆଇଟି, ୧୬ଟି ଟ୍ରିପଲ ଆଇଟି, ୭ଟି ଆଇଆଇଏମ୍‌ ପ୍ରତିଷ୍ଠା ହୋଇଛି। ୧୩ଟି ଏମ୍‌ସ ଓ ୩୯୦ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରାଯାଇଛି। ୨୦୪୭ ସୁଦ୍ଧା ବିକଶିତ ଭାରତ ଆମର ମୂଳ ଲକ୍ଷ୍ୟ। ସବୁ ବର୍ଗର ଯୋଗ୍ୟ ବ୍ୟକ୍ତିଙ୍କୁ ସୁବିଧା ଯୋଗାଉଛନ୍ତି ସରକାର। ଗରିବ, ମହିଳା, ଯୁବ ଏବଂ ଅନ୍ନଦାତାଙ୍କ ଉନ୍ନତିକୁ ସର୍ବାଧିକ ଗୁରୁତ୍ୱ ଦିଆଯାଉଛି। ୨୫ କୋଟି ଲୋକଙ୍କୁ ଗରିବୀରୁ ମୁକ୍ତି ଦିଆଯାଇଛି।

ଅଧିକ ପଢ଼ନ୍ତୁ: ବଜେଟ୍ କେତେ ପ୍ରକାର; ଏହା କିପରି ଦେଶବାସୀଙ୍କୁ ସହଯୋଗ କରେ

Budget 2024 Interim Budget Free Electricity Finance Minister Nirmala Sitharaman
Advertisment
Advertisment