ବଜେଟ୍‌-୨୦୨୪: କ’ଣ ହେଲା ଶସ୍ତା ? କ’ଣ ହେଲା ମହଙ୍ଗା ? ଜାଣନ୍ତୁ...

ଆଜି ସଂସଦରେ ଉପସ୍ଥାପନ ହୋଇଛି କେନ୍ଦ୍ର ବଜେଟ୍‌-୨୦୨୪-୨୫। ଜାଣନ୍ତୁ କ’ଣ ହେଲା ଶସ୍ତା ? କଣ ହେଲା ମହଙ୍ଗା ?

Budget 2024

ଖୁସି ଖବର । ମୋବାଇଲ, ମୋବାଇଲ ଚାର୍ଜର, ବ୍ୟାଟେରୀକୁ ନେଇ ବଡ଼ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଶସ୍ତା ହେବ ମୋବାଇଲ, ମୋବାଇଲ ଚାର୍ଜର, ବ୍ୟାଟେରୀ  । ଏନେଇ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ସଂପୃକ୍ତ ଜିନିଷ ଉପରୁ କଷ୍ଟମ ଡ୍ୟୁଟି ହ୍ରାସ ନେଇ ଘୋଷଣା କରିଛନ୍ତି । ଆହୁରି ସୋଲାର ପ୍ୟାନେଲ, ସାମୁଦ୍ରିକ ଉତ୍ପାଦ ମଧ୍ୟ ଶସ୍ତା ହେବ ।

ଅନ୍ୟପଟେ ଶସ୍ତା ହେବ କ୍ୟାନ୍‌ସର୍‌ ଔଷଧ । ୩ ପ୍ରକାର କ୍ୟାନ୍‌ସର୍‌ ଔଷଧ ଉପରୁ କଷ୍ଟମ ଡ୍ୟୁଟି କମିବ । ଔଷଧ ଏବଂ ମେଡିକାଲ ଜିନିଷ ଉପରୁ କଷ୍ଟମ ଡ୍ୟୁଟି କମିବ ନେଇ ବଡ଼ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଏକ୍ସରେ ଟ୍ୟୁବ୍‌ ଉପରୁ ମଧ୍ୟ ଶୁଳ୍କ  ହ୍ରାସ ନେଇ ମଧ୍ୟ ଘୋଷଣା ହୋଇଛି ।

Budget 2024 Live Updates: କେନ୍ଦ୍ର ବଜେଟ୍‌-୨୦୨୪ର ଟିକିନିଖି ଖବର ଜାଣିବାକୁ ଏହି ଲିଙ୍କ୍ ରେ କ୍ଲିକ୍ କରନ୍ତୁ...

ସେହିପରି ଶସ୍ତା ହେବ ସୁନା ରୁପା ଦର । ଏନେଇ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ସୁନା, ରୁପା, ପ୍ଲାଟିନମ ଉପରୁ କଷ୍ଟମ ଡ୍ୟୁଟି କମିବ । ସୁନା ଓ ରୁପା ଉପରୁ କଷ୍ଟମ ଡ୍ୟୁଟି ୬% ହ୍ରାସ ହେବ ବୋଲି ଘୋଷଣା କରିଛନ୍ତି । ସେମିତି ପ୍ଲାଟିନମ ଉପରୁ କଷ୍ଟମ ଡ୍ୟୁଟି ୬.୪% ହ୍ରାସ କରାଯିବ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି । 

ଅପରପକ୍ଷେ ମହଙ୍ଗା ହେବ ପ୍ଲାଷ୍ଟିକ । ପେଟ୍ରୋକେମିକାଲ ଉତ୍ପାଦ ଉପରେ ଶୁଳ୍କ ବଢ଼ିବ । ଏନେଇ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ପ୍ଲାଷ୍ଟିକ ଓ ପ୍ଲାଷ୍ଟିକ ସଂପର୍କିତ ଉତ୍ପାଦ ଉପରେ ଶୁଳ୍କ ବଢ଼ିବା ନେଇ ମଧ୍ୟ ଘୋଷଣା ହୋଇଛି । 

ଅନ୍ୟପଟେ ଦେଶର କୋଟି କୋଟି ଟିକସଦାତାଙ୍କୁ ବଡ଼ ଆଶ୍ୱସ୍ତି ଦେଇଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଆୟକର ସ୍ଲାବରେ ପରିବର୍ତ୍ତନ କରି ଆୟକର ଦାତାଙ୍କୁ ଆଶ୍ୱସ୍ତି ଦେଇଛନ୍ତି ଅର୍ଥମନ୍ତ୍ରୀ । ବଜେଟ୍ ଅଭିଭାଷଣରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଥିଲେ ଯେ ନୂଆ ଟିକସ ବ୍ୟବସ୍ଥାରେ ଷ୍ଟାଣ୍ଡାର୍ଡ ଡିଡକ୍ସନ ୫୦ ହଜାର ଟଙ୍କାରୁ ୭୫ ହଜାର ଟଙ୍କାକୁ ବୃଦ୍ଧି କରାଯିବ। ଏହା ସହିତ ଟିକସ ଢାଞ୍ଚାରେ ପରିବର୍ତ୍ତନ କରାଯିବ । ନୂଆ ଟିକସ ବ୍ୟବସ୍ଥାରେ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ କୌଣସି ଟିକସ ଆଦାୟ କରାଯିବ ନାହିଁ।

ଅଧିକ ପଢ଼ନ୍ତୁ: ଖୋଲିଲା ନିର୍ମଳାଙ୍କ ବଜେଟ୍‌ ପେଡ଼ି; ୫ ବର୍ଷରେ ମିଳିବ ୪ କୋଟି ଯୁବବର୍ଗଙ୍କୁ ନିଯୁକ୍ତି...