• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Prangyan Parimita

ପାର୍ବଣ ଋତୁରେ ସୁନା କିଣିବା ପାଇଁ ଚାହୁଁଛନ୍ତି କି ? କିଛି ଦିନ ହେବ ସୁନାର ମୂଲ୍ୟରେ ସାମାନ୍ୟ ହ୍ରାସ ଘଟିଛି । ଭାରତୀୟ ବଜାରରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥାଏ । ଏହି କ୍ରମରେ ଆଜି ମଧ୍ୟ ମୂଲ୍ୟ ପରିବର୍ତ୍ତନ ହୋଇଛି । ଗତକାଲି ତୁଳନାରେ ଆଜି ୬୨୩ ଟଙ୍କା ବଢ଼ିଛି ସୁନା ମୂଲ୍ୟ । ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ରହିଛି ୪୯ ହଜାର ୯୪ ଶହ ଟଙ୍କା । ରାଜଧାନୀ ଭୁବନେଶ୍ୱରରେ ୨୩ କ୍ୟାରେଟ୍‌ (ଜିଏସଟି) ୧୦ ଗ୍ରାମ୍‌ ସୁନାର ମୂଲ୍ୟ ୪୭ ହଜାର ୮୫୦ ଟଙ୍କାରେ ବିକ୍ରି ହେଉଛି ।

ଏହାସହ ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୪୫, ୮୭୦ ଥିବାବେଳେ ୨୦, ୧୮ ଓ ୧୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ୪୧,୦୦୦ ଟଙ୍କା, ୩୭,୭୦୦ ଟଙ୍କା ଓ ୨୯, ୫୦୦ ଟଙ୍କା ରହିଛି । ସେହିପରି ସୁନା କଏନ୍‌ର ମୂଲ୍ୟ ୩୭,୯୦୦ ଟଙ୍କାରେ ପହଞ୍ଚିଛି ।

କଟକରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ସୁନା ଗ୍ରାମ ପିଛା ୫,୦୯୦ (ଜିଏସ୍‌ଟି ୯୯୫) ଟଙ୍କା ହୋଇଥିବାବେଳେ ୫,୧୧୦(କ୍ୟାସ ୯୯୫) ଟଙ୍କା ରହିଛି ।

ସେହିପରି ଗତକାଲି ତୁଳନାରେ ଆଜି ରୂପା ଦରରେ ପରିବର୍ତ୍ତନ ହୋଇଛି । ଫଳରେ ଶୁଦ୍ଧ ରୂପା କିଲୋ ପିଛା ୫୮,୮୦୦ ଟଙ୍କାରେ କାରବାର ହେଉଛି । ତେବେ ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ । ଏହି ଆପ୍‌ ମାଧ୍ୟମରେ ଆପଣ କେବଳ ଶୁଦ୍ଧତା ଯାଞ୍ଚ ସହ ଅଭିଯୋଗ ମଧ୍ୟ କରିପାରିବେ ।