Advertisment

ଆଜି ବି ବଢ଼ିଲା ସୁନା-ରୂପା ଦର...

ମହଙ୍ଗା ହେଲା ସୂନା-ରୂପା ଦର, ଜାଣନ୍ତୁ କେତେ...

ଅଦ୍ୟତନ ହୋଇଛି
Check rates of Gold, Silver in Odisha's Twin Cities today

Check rates of Gold, Silver in Odisha's Twin Cities today

Advertisment

ଆଜି ପୁଣି ବଢ଼ିଲା ସୁନା-ରୂପା ଦର । ଗତ କିଛିଦିନ ହେବ ସୁନା ରେଟ୍‌ ଲଗାତାର ବଢ଼ୁଥିବା ବେଳେ ଆଜି ଦରରେ ସାମାନ୍ୟ ବୃଦ୍ଧି ଘଟିଛି । ଭାରତୀୟ ବଜାରରେ ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ ମୂଲ୍ୟ ପିଛା ୫୩ ହଜାର ୮୦୦ ଟଙ୍କାରେ କାରବାର ହେଉଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୩ କ୍ୟାରେଟ୍‌ର(ଜିଏଷ୍ଟି) ୧୦ ଗ୍ରାମ୍‌ ସୁନାର ମୂଲ୍ୟ ୫୧ ହଜାର ୯୦୦ ଟଙ୍କା ମୂଲ୍ୟରେ କାରବାର ହେଉଛି ।

Advertisment

ଏହାସହ ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୫୦, ୯୦୦ ଥିବାବେଳେ ୨୦, ୧୮ ଓ ୧୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ୪୬,୦୦୦ ଟଙ୍କା, ୪୧, ୭୦୦ ଟଙ୍କା ଓ ୩୩, ୧୦୦ ଟଙ୍କା ରହିଛି । ଏହାସହ ସୁନା କଏନ୍‌ର ମୂଲ୍ୟ ୪୧, ୯୦୦ ଟଙ୍କାରେ ପହଞ୍ଚିଛି ।

ସେହିପରି ଗତକାଲି ଅପେକ୍ଷା ଆଜି ରୂପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଫଳରେ ଆଜି ଶୁଦ୍ଧ ରୂପା କିଲୋ ପିଛା ୬୦, ୧୦୦ ଟଙ୍କାରେ କାରବାର ହେଉଛି ।
ତେବେ ଯଦି ଆପଣ ସୁନାର ଶୁଦ୍ଧତା ଚେକ୍‌ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍‌ ମାଧ୍ୟମରେ ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରାଯିବା ସହ ଏହା ସହ ଜଡ଼ିତ କୌଣସି ଜିନିଷକୁ ନେଇ ଅଭିଯୋଗ ମଧ୍ୟ କରିପାରିବେ ।

Advertisment
Gold Price Silver Price Gold Price Today
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ