Advertisment

ବଢ଼ିଲା ସୁନା ଦର...

ଆଜି ସୁନା ଦର ବୃଦ୍ଧି ପାଇଛି..ଜାଣନ୍ତୁ କେତେ...

ଅଦ୍ୟତନ ହୋଇଛି
Check rates of Gold, Silver in Odisha's Twin City today

Check rates of Gold, Silver in Odisha's Twin City today

Advertisment

ବଢ଼ିଲା ସୁନା ଦର । ଭାରତରେ ପ୍ରତିଦିନ ଶେୟାର ମାନର୍କେଟ୍‌ରେ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥାଏ । ସେହି ଅନୁଯାୟୀ ଆଜି ବି ଦର ବୃଦ୍ଧି ପାଇଛି । ଯାହା ପରେ ଏବେ ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ ମୂଲ୍ୟ ପିଛା ୫୨ ହଜାର ୬୦୦ ଟଙ୍କାରେ କାରବାର ହେଉଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୩ କ୍ୟାରେଟ୍‌ର(ଜିଏଷ୍ଟି) ୧୦ ଗ୍ରାମ୍‌ ସୁନାର ମୂଲ୍ୟ ୫୦ ହଜାର ୭୦୦ ଟଙ୍କା ମୂଲ୍ୟରେ କାରବାର ହେଉଛି ।

Advertisment

ଏହାସହ ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୪୯, ୭୦୦ ଥିବାବେଳେ ୨୦, ୧୮ ଓ ୧୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ୪୪, ୯୦୦ ଟଙ୍କା, ୪୦, ୭୦୦ ଟଙ୍କା ଓ ୩୨, ୨୦୦ ଟଙ୍କା ରହିଛି । ସେହିପରି ସୁନା କଏନ୍‌ର ମୂଲ୍ୟ ୪୦,୯୦୦ ଟଙ୍କାରେ ପହଞ୍ଚିଛି ।

କଟରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ସୁନା ଗ୍ରାମ ପିଛା ୫,୨୫୦ (ଜିଏସ୍‌ଟି ୯୯୫) ଟଙ୍କା ହୋଇଥିବାବେଳେ ୫,୧୮୦(କ୍ୟାସ ୯୯୫) ଟଙ୍କା ରହିଛି ।

Advertisment

ସେହିପରି ଗତକାଲି ଅପେକ୍ଷା ଆଜି ରୂପା ଦରରେ ଆଜି ୧,୪୦୦ ଟଙ୍କା ବୃଦ୍ଧି ପାଇଛି । ଫଳରେ ଶୁଦ୍ଧ ରୂପା କିଲୋ ପିଛା ୫୭, ୯୦୦ ଟଙ୍କାରେ କାରବାର ହେଉଛି ।

ତେବେ ଯଦି ଆପଣ ସୁନାର ଶୁଦ୍ଧତା ଚେକ୍‌ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍‌ ମାଧ୍ୟମରେ ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରାଯିବା ସହ ଏହା ସହ ଜଡ଼ିତ କୌଣସି ଜିନିଷକୁ ନେଇ ଅଭିଯୋଗ ମଧ୍ୟ କରିପାରିବେ ।

Advertisment
Gold Price Silver Price Gold Price Today
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ