Advertisment

ଲଗାତାର ୫ ଦିନ ପାଇଁ କମିଲା ସୁନା ଦର

ଗତ କିଛିଦିନ ଧରି ସୁନା-ରୂପା ଦରରେ ହ୍ରାସ ଘଟି ଥିବାବେଳେ ଆଜି ଲଗାତାର ୫ ଦିନ ପାଇଁ ସୁନା-ରୂପା ଦର ହ୍ରାସ ପାଇଛି। ଆଜି Multi Commodity Exchange(MCX)ରେ ସୁନା ଓ ରୂପା ଦର ହ୍ରାସ ପାଇଛି।

ଅଦ୍ୟତନ ହୋଇଛି
ଲଗାତାର ୫ ଦିନ ପାଇଁ କମିଲା ସୁନା ଦର

gold ornaments

Advertisment

ନୂଆଦିଲ୍ଲୀ: ଗତ କିଛିଦିନ ଧରି ସୁନା-ରୂପା ଦରରେ ହ୍ରାସ ଘଟି ଥିବାବେଳେ ଆଜି ଲଗାତାର ୫ ଦିନ ପାଇଁ ସୁନା-ରୂପା ଦର ହ୍ରାସ ପାଇଛି। ଆଜି Multi Commodity Exchange(MCX)ରେ ସୁନା ଓ ରୂପା ଦର ହ୍ରାସ ପାଇଛି। ଆଜି MCXରେ ସୁନା ୦.୨୨ ପ୍ରତିଶତ ହ୍ରାସରେ କାରବାର ଚାଲିଛି। ସେହିପରି ରୂପା ଦର ଆଜି ୦.୦୭% ହ୍ରାସ ପାଇଛି। 

Advertisment

ଆଜି MCXରେ ସୁନା ପ୍ରତି ୧୦ ଗ୍ରାମକୁ ୦.୨୨%  ହ୍ରାସ ପାଇ ୪୭,୪୭୦ ଟଙ୍କାରେ କାରବାର ଚାଲି ଥିବାବେଳେ ରୂପା ୦.୦୭% ହ୍ରାସ ପାଇ ୬୭,୦୮୯ ଟଙ୍କାରେ କାରବାର ଚାଲିଛି। ଗତବର୍ଷ MCXରେ ୧୦ ଗ୍ରାମ ସୁନା ଦର ୫୬,୧୯୧ ଟଙ୍କା ରେକର୍ଡ ସ୍ତରରେ ପହଞ୍ଚିଥିଲା। ଆଜି MCXରେ ସୁନା ପ୍ରତି ୧୦ ଗ୍ରାମକୁ ୪୭,୪୭୦ ଟଙ୍କାରେ କାରବାର ଚାଲିଛି। ଅର୍ଥାତ୍‌ ରେକର୍ଡ ସ୍ତରରୁ ବର୍ତ୍ତମାନ ୮,୫୩୦ ଟଙ୍କା ଶସ୍ତାରେ ମିଳୁଛି ସୁନା। 

Advertisment

Good Returns ର ଏକ ରିପୋର୍ଟ ଅନୁସାରେ, ଆଜି ୨୪ କ୍ୟାରେଟ୍‌ ସୁନା ପ୍ରତି ୧୦ ଗ୍ରାମକୁ ୪୮,୧୧୦ ଟଙ୍କା ଥିବାବେଳେ ରୂପା ଦର ପ୍ରତି କିଲୋକୁ ୬୭,୧୦୦ ଟଙ୍କା ରହିଛି। 

ଯଦି ଆପଣ ସୁନାର ଶୁଦ୍ଧତା ଚେକ୍‌ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍‌ ମାଧ୍ୟମରେ ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରାଯିବା ସହ ଏହା ସହ ଜଡ଼ିତ କୌଣସି ଜିନିଷକୁ ନେଇ ଅଭିଯୋଗ ମଧ୍ୟ କରିପାରିବେ।

Advertisment
Gold Price In India Gold Price
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ