Advertisment

Gold Price Drop: ସୁନା ଦରରେ ବଡ଼ ପରିବର୍ତ୍ତନ...କମିଲା ଏତିକି

ସୁନା କିଣିବାକୁ ଚାହୁଁଛନ୍ତି କି ? କିଣିବା ପୂର୍ବରୁ ଜାଣନ୍ତୁ ଆଜିର ସୁନା ଦର। ଆଜି ସୁନା ଦରରେ ହେଲା ବଡ଼ ପରିବର୍ତ୍ତନ । ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୯୮୦ ଟଙ୍କା ହ୍ରାସ ପାଇବା ସହ ୯୦,୬୬୦ ଟଙ୍କା ରହିଛି ।

ଅଦ୍ୟତନ ହୋଇଛି
undefined

Gold Price Drop

Advertisment

ଦିନକୁ ଦିନ ହୁ ହୁ ହୋଇ ବଢି ଚାଲିଥିଲା ସୁନା ଦର । ଏମିତିକି ସୁନା କିଣିବା ପୂର୍ବରୁ ୧୦୦ ଥର ଚିନ୍ତା କରୁଥିଲେ ଗ୍ରାହକ । କିନ୍ତୁ, ଆଜି ସୁନା ଦରରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି । ଏହାସହ ରୂପା ଦର ମଧ୍ୟ କମିଛି । ତେବେ ସୁନା କିମ୍ବା ରୂପା କିଣିବା ପୂର୍ବରୁ ଜାଣି ରଖନ୍ତୁ କେଉଁଠି କେତେ ରହିଛି ସୁନା ଦର ।

Advertisment

ଗତକାଲି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୯୧,୬୪୦ ରହିଥିଲା । ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୯୮୦ ଟଙ୍କା ହ୍ରାସ ପାଇବା ସହ ୯୦,୬୬୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୯୦୦ ଟଙ୍କା ହ୍ରାସ ଘଟି ୮୩,୧୦୦ ଟଙ୍କା ରହିଛି ।

୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ୧ ଗ୍ରାମ୍ ପିଛା ୮,୩୧୦ ଟଙ୍କା ହୋଇଥିବା ବେଳେ ୮ ଗ୍ରାମ ପିଛା ୬୬,୪୮୦ ଟଙ୍କା ରହିଛି । ୨୪ କ୍ୟାରେଟ୍‌ ସୁନାର ମୂଲ୍ୟ ୧ ଗ୍ରାମ୍ ପିଛା ୯,୦୬୬ ଟଙ୍କା ହୋଇଥିବା ବେଳେ ୮ ଗ୍ରାମ ପିଛା ୭୨,୫୨୮ ଟଙ୍କା ରହିଛି ।

Advertisment

କଟକରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୮୩ ,୧୦୦ ଟଙ୍କା ରହିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ୧ ଗ୍ରାମ୍ ପିଛା ୮,୩୧୦ ଟଙ୍କା ହୋଇଥିବା ବେଳେ ୮ ଗ୍ରାମ ପିଛା ୬୬,୪୮୦ ଟଙ୍କା ରହିଛି । ଏହା ଛଡା ରୁପା ଦରରେ ସାମାନ୍ୟ ହ୍ରାସ ପାଇଛି । ଶୁଦ୍ଧ ରୂପା ୧ ଗ୍ରାମ୍ ପିଛା ୧୦୩ ଟଙ୍କା ରହିଥିବା ବେଳେ ୮ ଗ୍ରାମ୍ ପିଛା ୮୨୪ ଟଙ୍କା, ୧୦୦ ଗ୍ରାମ୍ ପିଛା ୧୦,୩୦୦ ଓ ୧ କେଜି ପିଛା ୧,୦୩,୦୦୦ ଟଙ୍କା ରହିଛି ।

ଦେଶର ବିଭିନ୍ନ ସହରରେ ସୁନାର ( ୨୨ କ୍ୟାରେଟ୍‌ ) ଦାମ୍:

ଭୁବନେଶ୍ୱର- ୮୩,୧୦୦ ଟଙ୍କା

କଟକ- ୮୩,୧୦୦ ଟଙ୍କା

ମୁମ୍ୱାଇ- ୮୩,୧୦୦ ଟଙ୍କା

ନୂଆଦିଲ୍ଲୀ- ୮୩,୨୫୦ ଟଙ୍କା

କୋଲକାତା- ୮୩,୧୦୦ ଟଙ୍କା

କେମିତି ଜାଣିବେ ସୁନାର ଶୁଦ୍ଧତା ? ଜାଣନ୍ତୁ...

ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ।

Advertisment

ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ।

ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ।

ସଠିକ୍ ଦାମ୍‌ରେ କେମିତି କିଣିବେ ସୁନା....ଜାଣନ୍ତୁ କିଛି ଟିପ୍ସ୍....

ସବୁବେଳେ ସୁନାର ଦାମ୍ ବୃଦ୍ଧି ଓ ହ୍ରାସ ପାଇଥାଏ । ନିୟମିତ ସୁନାର ଦାମ୍ ଚେକ୍ କରନ୍ତୁ ଯାହାଦ୍ୱାରା ଆପଣ ସୁନାର ଦାମ୍ ହ୍ରାସ ବେଳେ ଗହଣା କିଣିପାରିବେ।

ସୁନା କିଣିବା ବେଳେ ହଲ୍‌ମାର୍କ ଦେଖି ସୁନା କିଣନ୍ତୁ।

ସୁନା କିଣିବା ବେଳେ ମେକିଂ ଚାର୍ଜ ଉପରେ ଧ୍ୟାନ ଦିଅନ୍ତୁ।

ଅଫ୍ ସିଜନରେ ସୁନା କିଣନ୍ତୁ... କମ୍ ଦାମ୍‌ରେ ସୁନା ଗହଣା କିଣିବାର ଲାଭ ପାଇପାରିବେ ।

ଅଧିକ ପଢ଼ନ୍ତୁ: ସଞ୍ଚୟ କରିବାକୁ ଚାହୁଁଛନ୍ତି କି ? PPFରେ କରନ୍ତୁ ନିବେଶ, ପାଇବେ ଭଲ ରିଟର୍ଣ୍ଣ

Gold Price Today In Bhubaneswar Gold Prices Fall Gold Silver Price Today Gold Price Drops
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ