Advertisment

ବଢ଼ିଲା ସୁନା ଦର...

ସାମାନ୍ୟ ବୃଦ୍ଧି ପାଇଛି ସୁନା-ରୂପା ଦର, ଜାଣନ୍ତୁ ୧୦ ଗ୍ରାମ ପିଛା କେତେ...

author-image
Otv Khabar Bureau
ଅଦ୍ୟତନ ହୋଇଛି
undefined

gold

ବଢ଼ିଲା ସୁନା ଦର । ଭାରତୀୟ ବଜାରରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥାଏ । ଆଜି ଦର ସାମାନ୍ୟ ବୃଦ୍ଧି ପାଇଛି । ଫଳରେ ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ ମୂଲ୍ୟ ପିଛା ୫୨ ହଜାର ୧୦୦ ଟଙ୍କାରେ କାରବାର ହେଉଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୩ କ୍ୟାରେଟ୍‌ର(ଜିଏଷ୍ଟି) ୧୦ ଗ୍ରାମ୍‌ ସୁନାର ମୂଲ୍ୟ ୫୦ ହଜାର ୩୦୦ ଟଙ୍କା ମୂଲ୍ୟରେ କାରବାର ହେଉଛି ।

Advertisment

ଏହାସହ ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୪୯, ୨୦୦ ଥିବାବେଳେ ୨୦, ୧୮ ଓ ୧୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ୪୪, ୫୦୦ ଟଙ୍କା, ୪୦, ୩୦୦ ଟଙ୍କା ଓ ୩୧, ୯୦୦ ଟଙ୍କା ରହିଛି । ସେହିପରି ସୁନା କଏନ୍‌ର ମୂଲ୍ୟ ୪୦,୬୦୦ ଟଙ୍କାରେ ପହଞ୍ଚିଛି ।

କଟରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ସୁନା ଗ୍ରାମ ପିଛା ୫,୨୦୦ (ଜିଏସ୍‌ଟି ୯୯୫) ଟଙ୍କା ହୋଇଥିବାବେଳେ ୫,୧୬୫(କ୍ୟାସ ୯୯୫) ଟଙ୍କା ରହିଛି ।

Advertisment

ସେହିପରି ଗତକାଲି ଅପେକ୍ଷା ଆଜି ରୂପା ଦରରେ ଆଜି ୧୦୦ ଟଙ୍କା ବୃଦ୍ଧି ପାଇଛି । ଫଳରେ ଶୁଦ୍ଧ ରୂପା କିଲୋ ପିଛା ୫୭,୨୦୦ ଟଙ୍କାରେ କାରବାର ହେଉଛି ।

ତେବେ ଯଦି ଆପଣ ସୁନାର ଶୁଦ୍ଧତା ଚେକ୍‌ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍‌ ମାଧ୍ୟମରେ ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରାଯିବା ସହ ଏହା ସହ ଜଡ଼ିତ କୌଣସି ଜିନିଷକୁ ନେଇ ଅଭିଯୋଗ ମଧ୍ୟ କରିପାରିବେ ।

Gold Price Today Silver Price Gold Price
Advertisment
Advertisment