Today Gold Price - 23rd Sept : ବଢିଲା ସୁନା ଓ ରୁପାର ଦାମ୍, ଜାଣନ୍ତୁ କେତେ ରହିଛି ଦର

ଆଜି ସୁନା ଦରରେ ସାମାନ୍ୟ ପରିବର୍ତ୍ତନ ଦେଖାଦେଇଛି । ଭାରତୀୟ ବଜାରରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥାଏ । ଏହି କ୍ରମରେ ଆଜି ମଧ୍ୟ ମୂଲ୍ୟ ପରିବର୍ତ୍ତନ ହୋଇଛି । ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ରହିଛି ୫୦ ହଜାର ୩୦ ଟଙ୍କା ରହିଛି ।

gold price today

News Summary

ଜାଣନ୍ତୁ କେତେ ଅଛି ସୁନାର ଦାମ୍

ଭାରତୀୟ ବଜାରରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥାଏ । ଏହି କ୍ରମରେ ଆଜି ମଧ୍ୟ ମୂଲ୍ୟ ପରିବର୍ତ୍ତନ ହୋଇଛି ।  ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ରହିଛି ୫୦ ହଜାର ୩୦ ଟଙ୍କା । ରାଜଧାନୀ ଭୁବନେଶ୍ୱର ରେ ୨୩ କ୍ୟାରେଟ୍‌ (ଜିଏସଟି) ୧୦ ଗ୍ରାମ୍‌ ସୁନାର ମୂଲ୍ୟ ୪୮ ହଜାର ୩୦୦ ଟଙ୍କାରେ ବିକ୍ରି ହେଉଛି । 

ଏହାସହ ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୪୬, ୨୯୦ ଥିବାବେଳେ ୨୦, ୧୮ ଓ ୧୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ୪୨ ହଜାର ୫୦ ଟଙ୍କା, ୩୮,୧୦୦ ଟଙ୍କା ଓ ୨୯, ୮୦୦ ଟଙ୍କା ରହିଛି । ସେହିପରି ସୁନା କଏନ୍‌ର ମୂଲ୍ୟ ୩୮,୨୦୦ ଟଙ୍କାରେ ପହଞ୍ଚିଛି ।

କଟକ ରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ସୁନା ଗ୍ରାମ ପିଛା ୫,୧୬୦ (ଜିଏସ୍‌ଟି ୯୯୫) ଟଙ୍କା ହୋଇଥିବାବେଳେ ୫,୧୪୦(କ୍ୟାସ ୯୯୫) ଟଙ୍କା ରହିଛି ।

ସେହିପରି ଗତକାଲି ତୁଳନାରେ ଆଜି ରୂପା ଦରରେ ପରିବର୍ତ୍ତନ ହୋଇଛି । ଫଳରେ ଶୁଦ୍ଧ ରୂପା କିଲୋ ପିଛା ୫୮,୨୦୦ ଟଙ୍କାରେ କାରବାର ହେଉଛି ।

ତେବେ ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ। ଏହି ଆପ୍‌ ମାଧ୍ୟମରେ ଆପଣ କେବଳ ଶୁଦ୍ଧତା ଯାଞ୍ଚ ସହ ଅଭିଯୋଗ ମଧ୍ୟ କରିପାରିବେ ।