Advertisment

ବଢିଲା ସୁନା ଓ ରୁପାର ଦର, ଜାଣନ୍ତୁ କେତେ ରହିଛି ଦାମ୍

ପୁଣି ବଢିଲା ସୁନା ଓ ରୁପାର ଦର । ଜାଣନ୍ତୁ ଆପଣଙ୍କ ସହରରେ କେତେ ରହିଛି ସୁନାର ଦାମ୍ ।

author-image
Pallipuspa Samal
gold price today

gold price today

ବଢିଲା ସୁନା ଓ ରୁପାର ଦର । ଆଜି ରାଜଧାନୀ ଭୁବନେଶ୍ୱର ଓ କଟକରେ ୨୩ କ୍ୟାରେଟ୍ ସୁନା ୧୦ ଗ୍ରାମ ମୂଲ୍ୟ ପିଛା ୫୨ ହଜାର ୭୫୦ ଟଙ୍କାରେ କାରବାର ହେଉଛି । ସେହିପରି ୨୩ କ୍ୟାରେଟ୍‌ର(ଜିଏଷ୍ଟି) ୧୦ ଗ୍ରାମ୍‌ ସୁନାର ମୂଲ୍ୟ ୫୦ ହଜାର ୯୦୦ ଟଙ୍କା ମୂଲ୍ୟରେ କାରବାର ହେଉଛି ।

Advertisment

ଏହାସହ ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୪୯, ୮୦୦ ଥିବାବେଳେ ୨୦, ୧୮ ଓ ୧୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ୪୫, ୦୦୦ ଟଙ୍କା, ୪୦, ୮୦୦ ଟଙ୍କା ଓ ୩୨, ୪୦୦ ଟଙ୍କା ରହିଛି । ଏହାସହ ସୁନା କଏନ୍‌ର ମୂଲ୍ୟ ୪୧,୦୦୦ ଟଙ୍କାରେ ପହଞ୍ଚିଛି ।

କଟକରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ସୁନା ଗ୍ରାମ ପିଛା ୫,୨୭୫ (ଜିଏସଟି ୯୯୫) ଟଙ୍କା ହୋଇଥିବାବେଳେ ୫,୨୪୦(କ୍ୟାସ ୯୯୫) ଟଙ୍କା ରହିଛି ।

Advertisment

ସେହିପରି ଗତକାଲିର ରୂପା ମୂଲ୍ୟ ଅପେକ୍ଷା ଆଜି ଦରରେ ବୃଦ୍ଧି ପାଇଛି । ଯାହା ପରେ ଶୁଦ୍ଧ ରୂପା କିଲୋ ପିଛା ୬୨,୫୦୦ ଟଙ୍କାରେ କାରବାର ହେଉଛି ।

ତେବେ ଯଦି ଆପଣ ସୁନାର ଶୁଦ୍ଧତା ଚେକ୍‌ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍‌ ମାଧ୍ୟମରେ ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରାଯିବା ସହ ଏହା ସହ ଜଡ଼ିତ କୌଣସି ଜିନିଷକୁ ନେଇ ଅଭିଯୋଗ ମଧ୍ୟ କରିପାରିବେ ।

Gold Rate Today
Advertisment
Advertisment