/odishatv-khabar/media/post_attachments/uploadimage/library/16_9/16_9_0/gold_1747291086.jpeg)
gold
ସୁନା କିଣିବାକୁ ଚାହୁଁଥିବା ଲୋକଙ୍କ ପାଇଁ ଖୁସି ଖବର। ପୁଣି ଶସ୍ତା ହେଲା ସୁନା । ଆଜି ବି କମିଲା ସୁନା ଦର । ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପିଛା ୧୯୫୦ ଟଙ୍କା ହ୍ରାସ ପାଇଛି। ୨୪ କ୍ୟାରେଟ୍ ସୁନା ୨୧୩୦ ଟଙ୍କା କମିଛି । ଲଗାତାର ଉପରମୁହାଁ ହେଉଥିବା ସୁନା ଦରରେ ବ୍ରେକ୍ ପରେ ଏବେ ତଳମୁହାଁ ହୋଇଛି ଏହି ହଳଦିଆ ଧାତୁ ମୂଲ୍ୟ, ଯାହାକି ମଧ୍ୟବିତ୍ତଙ୍କ ପାଇଁ ସାମାନ୍ୟ ଆଶ୍ୱସ୍ତି ଆଣିଛି ।
ଗତକାଲି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୯୬,୦ ୬୦ ରହିଥିଲା । ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୨୧୩୦ ଟଙ୍କା ହ୍ରାସ ପାଇବା ସହ ୯୩,୯୩୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୧୯୫୦ ଟଙ୍କା ହ୍ରାସ ଘଟି ୮୮, ୦୫୦ଟଙ୍କାରୁ ୮୬,୧୦୦ ଟଙ୍କା ରହିଛି ।
ସେହିପରି କଟକରେ ଆଜି ଖାଣ୍ଟି ସୁନା ବା ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୯୩,୯୩୦ ଟଙ୍କାରେ ପହଞ୍ଚିଛି। ଗହଣା ତିଆରି ହେଉଥିବା ୨୨ କ୍ୟାରେଟ ସୁନା ଦାମ ୧୦ ଗ୍ରାମ ପିଛା ୮୬,୧୦୦ ଟଙ୍କା ହୋଇଛି।
କେମିତି ଜାଣିବେ ସୁନାର ଶୁଦ୍ଧତା ? ଜାଣନ୍ତୁ...
ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ।
ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ।
ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ
ସଠିକ୍ ଦାମ୍ରେ କେମିତି କିଣିବେ ସୁନା....ଜାଣନ୍ତୁ କିଛି ଟିପ୍ସ୍....
ସବୁବେଳେ ସୁନାର ଦାମ୍ ବୃଦ୍ଧି ଓ ହ୍ରାସ ପାଇଥାଏ । ନିୟମିତ ସୁନାର ଦାମ୍ ଚେକ୍ କରନ୍ତୁ ଯାହାଦ୍ୱାରା ଆପଣ ସୁନାର ଦାମ୍ ହ୍ରାସ ବେଳେ ଗହଣା କିଣିପାରିବେ।
ସୁନା କିଣିବା ବେଳେ ହଲ୍ମାର୍କ ଦେଖି ସୁନା କିଣନ୍ତୁ।
ସୁନା କିଣିବା ବେଳେ ମେକିଂ ଚାର୍ଜ ଉପରେ ଧ୍ୟାନ ଦିଅନ୍ତୁ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)