Advertisment

ପୁଣି ବଢ଼ିଲା ସୁନା, ଜାଣନ୍ତୁ କେତେ...

ଆଜି ବି ବଢ଼ିଲା ସୁନା ଦର, ଜାଣନ୍ତୁ ୧୦ ଗ୍ରାମ୍‌ ପ୍ରତି କେତେ...

Gold price goes up; check out price of yellow metal & silver here

Gold price goes up; check out price of yellow metal & silver here

Advertisment

ଆଜି ପୁଣି ବଢ଼ିଲା ସୁନା ଦର । ଭାରତୀୟ ବଜାରରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥାଏ । ଆଜି ଦର ସାମାନ୍ୟ ବୃଦ୍ଧି ପାଇଛି । ଫଳରେ ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ ମୂଲ୍ୟ ପିଛା ୫୨ ହଜାର ୪୫୦ ଟଙ୍କାରେ କାରବାର ହେଉଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୩ କ୍ୟାରେଟ୍‌ର(ଜିଏଷ୍ଟି) ୧୦ ଗ୍ରାମ୍‌ ସୁନାର ମୂଲ୍ୟ ୫୦ ହଜାର ୬୦୦ ଟଙ୍କା ମୂଲ୍ୟରେ କାରବାର ହେଉଛି ।

Advertisment

ଏହାସହ ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୪୯, ୫୦୦ ଥିବାବେଳେ ୨୦, ୧୮ ଓ ୧୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ୪୪, ୮୦୦ ଟଙ୍କା, ୪୦, ୬୦୦ ଟଙ୍କା ଓ ୩୨, ୨୦୦ ଟଙ୍କା ରହିଛି । ସେହିପରି ସୁନା କଏନ୍‌ର ମୂଲ୍ୟ ୪୦,୮୦୦ ଟଙ୍କାରେ ପହଞ୍ଚିଛି ।

କଟରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ସୁନା ଗ୍ରାମ ପିଛା ୫,୨୩୦ (ଜିଏସ୍‌ଟି ୯୯୫) ଟଙ୍କା ହୋଇଥିବାବେଳେ ୫,୧୬୫(କ୍ୟାସ ୯୯୫) ଟଙ୍କା ରହିଛି ।

Advertisment

ସେହିପରି ଗତ ଶନିବାର ଅପେକ୍ଷା ଆଜି ରୂପା ଦରରେ ଆଜି ୩୫୦ ଟଙ୍କା ହ୍ରାସ ପାଇଛି । ଫଳରେ ଶୁଦ୍ଧ ରୂପା କିଲୋ ପିଛା ୫୬,୮୫୦ ଟଙ୍କାରେ କାରବାର ହେଉଛି ।

ତେବେ ଯଦି ଆପଣ ସୁନାର ଶୁଦ୍ଧତା ଚେକ୍‌ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍‌ ମାଧ୍ୟମରେ ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରାଯିବା ସହ ଏହା ସହ ଜଡ଼ିତ କୌଣସି ଜିନିଷକୁ ନେଇ ଅଭିଯୋଗ ମଧ୍ୟ କରିପାରିବେ ।

Advertisment
Gold Price Silver Price Gold Price Today
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ