Advertisment

Gold Price Hike In Bhubaneswar: ସୁନା ଦରରେ ହେଲା ପରିବର୍ତ୍ତନ; ଜାଣନ୍ତୁ କେତେ ରହିଛି ମୂଲ୍ୟ...

ଦିନକୁ ଦିନ ହୁ ହୁ ହୋଇ ବଢି ଚାଲିଛି ସୁନା ଦର । ଏମିତିକି ସୁନା କିଣିବା ପୂର୍ବରୁ ୧୦୦ ଥର ଚିନ୍ତା କରୁଥିଲେ ଗ୍ରାହକ । କିନ୍ତୁ, ଆଜି ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି ।

author-image
Sujit kumar Swain
ଅଦ୍ୟତନ ହୋଇଛି
undefined

କେତେ ଅଛି ଆଜିର ସୁନାଦର

ଆପଣ ସୁନା କିଣିବାକୁ ଚାହୁଁଛନ୍ତି କି ? କେମିତି ଜାଣିବେ ସୁନାର ସୁଦ୍ଧତା ? ତେବେ ସୁନା କିଣିବା ପୂର୍ବରୁ ଜାଣନ୍ତୁ ଏହି ସବୁ କଥା...ଦିନକୁ ଦିନ ହୁ ହୁ ହୋଇ ବଢି ଚାଲିଛି ସୁନା ଦର । ଏମିତିକି ସୁନା କିଣିବା ପୂର୍ବରୁ ୧୦୦ ଥର ଚିନ୍ତା କରୁଥିଲେ ଗ୍ରାହକ । କିନ୍ତୁ, ଆଜି ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ଏହାସହ ରୂପା ଦର ମଧ୍ୟ ବଢ଼ିଛି। 

Advertisment

୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୩୦୦ ଟଙ୍କା ବୃଦ୍ଧି ପାଇଛି। ସେହିପରି ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୩୩୦ ଟଙ୍କା ବୃଦ୍ଧି ପାଇଛି।

ଅଧିକ ପଢ଼ନ୍ତୁ: ଗହଣା ଦୋକାନରେ ଭିଡ଼ କମାଉଛି ସୁନା ଏଟିଏମ୍, ଜାଣନ୍ତୁ ମିଳୁଛି କେଉଁ ସୁବିଧା

Advertisment

ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପିଛା ୩୦୦ ଟଙ୍କା ବୃଦ୍ଧି ପାଇଛି । ୨୪ କ୍ୟାରେଟ୍ ସୁନା ୩୩୦ ଟଙ୍କା ବୃଦ୍ଧି ପାଇଛି । ଗତକାଲି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୯୭,୩୧୦ ଟଙ୍କା ରହିଥିଲା। ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୩୩୦ ଟଙ୍କା ବୃଦ୍ଧି ୯୭,୬୪୦ଟଙ୍କା ହୋଇଛି। ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୩୦୦ ଟଙ୍କା ବୃଦ୍ଧି ପାଇ ୮୯,୨୦୦ ଟଙ୍କାରୁ ୮୯,୫୦୦ଟଙ୍କା ହୋଇଛି।

ସେହିପରି ଗତକାଲି କଟକରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ୯୭,୩୧୦ ଟଙ୍କା ରହିଥିଲା । ଆଜି କଟକରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୩୩୦, ଟଙ୍କା ବୃଦ୍ଧି ପାଇ ୯୭,୬୪୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୩୦୦ ଟଙ୍କା ବୃଦ୍ଧି ପାଇ ୮୯,୫୦୦ ଟଙ୍କା ହୋଇଛି।

କେମିତି ଜାଣିବେ ସୁନାର ଶୁଦ୍ଧତା ? ଜାଣନ୍ତୁ...

ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ।
ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ।

ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ

କିଛି ଜାଣିବା କଥା:

ସବୁବେଳେ ସୁନାର ଦାମ୍ ବୃଦ୍ଧି ଓ ହ୍ରାସ ପାଇଥାଏ । ନିୟମିତ ସୁନାର ଦାମ୍ ଚେକ୍ କରନ୍ତୁ ଯାହାଦ୍ୱାରା ଆପଣ ସୁନାର ଦାମ୍ ହ୍ରାସ ବେଳେ ଗହଣା କିଣିପାରିବେ। ସୁନା କିଣିବା ବେଳେ ହଲ୍‌ମାର୍କ ଦେଖି ସୁନା କିଣନ୍ତୁ। ସୁନା କିଣିବା ବେଳେ ମେକିଂ ଚାର୍ଜ ଉପରେ ଧ୍ୟାନ ଦିଅନ୍ତୁ।

Gold Price Gold Price Hike Gold
Advertisment
Related Articles
Advertisment