/odishatv-khabar/media/post_attachments/uploadimage/library/16_9/16_9_0/gold_rate_1746607820.jpg)
gold rate
ଆକାଶ ଛୁଆଁ ସୁନା ଦର । ଗହଣା ଦୋକାନ ଯିବାକୁ ଡରୁଛନ୍ତି ଗ୍ରାହକ । ଦିନକୁ ଦିନ ବଢ଼ି ଚାଲିଛି ସୁନା ଦର। ଆଜି ସୁନା ଦରରେ ପରିବର୍ତ୍ତନ ହୋଇଛି। ଆଜି ସୁନା ଦର ବୃଦ୍ଧି ପାଇଛି। ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୫୦୦ଟଙ୍କା ବୃଦ୍ଧି ପାଇଛି। ସେହିପରି ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୫୪୦ ଟଙ୍କା ବୃଦ୍ଧି ପାଇଛି।
ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପିଛା୫୦୦ ବୃଦ୍ଧି ପାଇଛି । ୨୪ କ୍ୟାରେଟ୍ ସୁନା ୫୪୦ଟଙ୍କା ବୃଦ୍ଧି ପାଇଛି । ଗତକାଲି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୯୮, ୪୬୦ ଟଙ୍କା ରହିଥିଲା। ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୫୪୦ ଟଙ୍କା ବୃଦ୍ଧି ପାଇ ୯୯,୦୦୦ ହୋଇଛି। ସେହିପରି ୨୨ କ୍ୟାରେଟ୍ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୫୦୦ଟଙ୍କା ବୃଦ୍ଧି ପାଇ ୯୦,୨୫୦ ଟଙ୍କାରୁ ୯୦,୭୫୦ଟଙ୍କା ହୋଇଛି।
ସେହିପରି ଗତକାଲି କଟକରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ୯୮, ୪୬୦ ଟଙ୍କା ରହିଥିଲା । ଆଜି କଟକରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର୫୪୦ ଟଙ୍କା ବୃଦ୍ଧି ପାଇ ୯୯,୦୦୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୫୦୦ ଟଙ୍କା ବୃଦ୍ଧି ପାଇ ୯୦,୭୫୦ଟଙ୍କା ହୋଇଛି।
ସଠିକ୍ ଦାମ୍ରେ କେମିତି କିଣିବେ ସୁନା....ଜାଣନ୍ତୁ କିଛି ଟିପ୍ସ୍....
ସବୁବେଳେ ସୁନାର ଦାମ୍ ବୃଦ୍ଧି ଓ ହ୍ରାସ ପାଇଥାଏ । ନିୟମିତ ସୁନାର ଦାମ୍ ଚେକ୍ କରନ୍ତୁ ଯାହାଦ୍ୱାରା ଆପଣ ସୁନାର ଦାମ୍ ହ୍ରାସ ବେଳେ ଗହଣା କିଣିପାରିବେ। ସୁନା କିଣିବା ବେଳେ ହଲ୍ମାର୍କ ଦେଖି ସୁନା କିଣନ୍ତୁ। ସୁନା କିଣିବା ବେଳେ ମେକିଂ ଚାର୍ଜ ଉପରେ ଧ୍ୟାନ ଦିଅନ୍ତୁ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)