Advertisment

Gold Price Today 11th April 2023: ଉପରମୁହାଁ ସୁନା ଦର : ୧୦ ଗ୍ରାମକୁ ୬୦ ହଜାର ପାର

ଅନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ପରିବର୍ତ୍ତନ ହୋଇଛି । ଅନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୬୦,୭୬୦ ଟଙ୍କା ହୋଇଛି।

author-image
Pallipuspa Samal
ଅଦ୍ୟତନ ହୋଇଛି
Gold Price Today 11th April 2023

Gold Price Today

ହୁହୁ ହୋଇ ବଢି ଚାଲିଛି ସୁନାର ଦାମ୍ ।  ଦିନକୁ ଦିନକୁ ସୁନାର ଦାମ୍ ବୃଦ୍ଧି ପାଉଥିବାରୁ ଚିନ୍ତାରେ ଗ୍ରାହକ ।  ଆଜି ସୁନା କାରବାରରେ କିଛି ପରିବର୍ତ୍ତନ ଦେଖିବାକୁ ମିଳିଛି । ଆଜି  ଭୁବନେଶ୍ୱର ରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୬୦,୭୬୦ ରହିଛି ।

Advertisment

ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୫୫,୭୦୦ ଟଙ୍କା ରହିଛି ।  ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୫,୫୭୦ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୪୪,୫୬୦ ଟଙ୍କା  ରହିଛି।

କଟକ ରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଗ୍ରାମ ପିଛା ୫,୫୭୦ ଟଙ୍କା ହୋଇଥିବାବେଳେ ୮ ଗ୍ରାମ୍ ପିଛା ୪୪,୫୬୦ ଟଙ୍କା ରହିଛି।

Advertisment

ଏହାଛଡା ଶୁଦ୍ଧ ରୂପା ୧ ଗ୍ରାମ୍ ପିଛା ୮୦.୪୦ ଟଙ୍କା ରହିଥିବା ବେଳେ ୮ ଗ୍ରାମ୍ ପିଛା ୬୪୩.୨୦ ଟଙ୍କା, ୧୦ ଗ୍ରାମ ପିଛା ୮୦୪ଟଙ୍କା , ୧୦୦ ଗ୍ରାମ ପିଛା ୮,୦୪୦ ଓ ୧ କେଜି ପିଛା ୮୦,୪୦୦ ଟଙ୍କା ରହିଛି।

ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ। ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ।

Gold Price Silver Price Gold Price Today
Advertisment
Advertisment