Gold Price Today
ହୁହୁ ହୋଇ ବଢି ଚାଲିଛି ସୁନାର ଦାମ୍ । ଦିନକୁ ଦିନକୁ ସୁନାର ଦାମ୍ ବୃଦ୍ଧି ପାଉଥିବାରୁ ଚିନ୍ତାରେ ଗ୍ରାହକ । ଆଜି ସୁନା କାରବାରରେ କିଛି ପରିବର୍ତ୍ତନ ଦେଖିବାକୁ ମିଳିଛି । ଆଜି ଭୁବନେଶ୍ୱର ରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୬୧,୩୧୦ ରହିଛି ।
ସେହିପରି ୨୨ କ୍ୟାରେଟ୍ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୫୬,୨୦୦ ଟଙ୍କା ରହିଛି । ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୫,୬୨୦ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୪୪,୯୬୦ ଟଙ୍କା ରହିଛି।
କଟକ ରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ୨୨ କ୍ୟାରେଟ୍ ସୁନାର ମୂଲ୍ୟ ଗ୍ରାମ ପିଛା ୫,୬୨୦ ଟଙ୍କା ହୋଇଥିବାବେଳେ ୮ ଗ୍ରାମ୍ ପିଛା ୪୪,୯୬୦ ଟଙ୍କା ରହିଛି।
ଏହାଛଡା ଶୁଦ୍ଧ ରୂପା ୧ ଗ୍ରାମ୍ ପିଛା ୮୧.୪୦ ଟଙ୍କା ରହିଥିବା ବେଳେ ୮ ଗ୍ରାମ୍ ପିଛା ୬୫୧.୨୦ ଟଙ୍କା, ୧୦ ଗ୍ରାମ ପିଛା ୮୧୪ଟଙ୍କା , ୧୦୦ ଗ୍ରାମ ପିଛା ୮,୧୪୦ ଓ ୧ କେଜି ପିଛା ୮୧,୪୦୦ ଟଙ୍କା ରହିଛି।
ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ। ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1681279547.jpg)