ସୁନା କିଣିବାକୁ ଚାହୁଁଛନ୍ତି କି ? କିଣିବା ପୂର୍ବରୁ ଜାଣନ୍ତୁ ଆଜିର ଦର। ଆଜି ସୁନାଦର ସ୍ଥିର ରହିଛି । ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୭୯,୬୪୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୭୩,୦୦୦ ଟଙ୍କା ରହିଛି । ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୭,୩୦୦ ଟଙ୍କା ହୋଇଥିବା ବେଳେ ୮ ଗ୍ରାମ ପିଛା ୫୮,୪୦୦ ଟଙ୍କା ରହିଛି
Also Read
କଟକରେ ମଧ୍ୟ ସୁନା ଦରରେ କୌଣସି ପରିବର୍ତ୍ତନ ଦେଖିବାକୁ ମିଳିନାହିଁ । ୨୨ କ୍ୟାରେଟ୍ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୭୩,୦୦୦ ଟଙ୍କା ରହିଛି । ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୭,୨୮୫ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୫୮,୪୦୦ ଟଙ୍କା ରହିଛି । ଏହାଛଡା ରୁପା ଦରରେ ସାମାନ୍ୟ ହ୍ରାସ ପାଇଛି । ଶୁଦ୍ଧ ରୂପା ୧ ଗ୍ରାମ୍ ପିଛା ୯୮.୯୦ ଟଙ୍କା ରହିଥିବା ବେଳେ ୮ ଗ୍ରାମ୍ ପିଛା ୭୯୨ ଟଙ୍କା, ୧୦୦ ଗ୍ରାମ୍ ପିଛା ୯,୯୦୦ ଓ ୧ କେଜି ପିଛା ୯୯,୦୦୦ ଟଙ୍କା ରହିଛି।
ଦେଶର ବିଭିନ୍ନ ସହରରେ ସୁନାର ଦାମ୍:
ଭୁବନେଶ୍ୱର- ୭୨,୮୫୦
କଟକ- ୭୨,୮୫୦
ମୁମ୍ୱାଇ- ୭୨,୮୫୦
ନୂଆଦିଲ୍ଲୀ- ୭୨,୬୦୦
କୋଲକାତା- ୭୨,୮୫୦
କେମିତି ଜାଣିବେ ସୁନାର ଶୁଦ୍ଧତା:
- ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ।
- ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ।
- ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ।
ସଠିକ୍ ଦାମ୍ରେ କେମିତି କିଣିବେ ସୁନା....ଜାଣନ୍ତୁ କିଛି ଟିପ୍ସ୍....
- ସବୁବେଳେ ସୁନାର ଦାମ୍ ବୃଦ୍ଧି ଓ ହ୍ରାସ ପାଇଥାଏ । ନିୟମିତ ସୁନାର ଦାମ୍ ଚେକ୍ କରନ୍ତୁ ଯାହାଦ୍ୱାରା ଆପଣ ସୁନାର ଦାମ୍ ହ୍ରାସ ବେଳେ ଗହଣା କିଣିପାରିବେ।
- ସୁନା କିଣିବା ବେଳେ ହଲ୍ମାର୍କ ଦେଖି ସୁନା କିଣନ୍ତୁ।
- ସୁନା କିଣିବା ବେଳେ ମେକିଂ ଚାର୍ଜ ଉପରେ ଧ୍ୟାନ ଦିଅନ୍ତୁ।
- ଅଫ୍ ସିଜନରେ ସୁନା କିଣନ୍ତୁ... କମ୍ ଦାମ୍ରେ ସୁନା ଗହଣା କିଣିବାର ଲାଭ ପାଇପାରିବେ।