/odishatv-khabar/media/post_attachments/uploadimage/library/16_9/16_9_0/IMAGE_1720768693.jpg)
Gold Price Today
ଏବେ ଚାଲିଛି ବିବାହ ଋତୁ । ଆଜି ସୁନା ଦର ବୃଦ୍ଧି ପାଇଛି । ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୭୩,୭୫୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୬୭,୬୦୦ ଟଙ୍କା ରହିଛି । ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୬,୭୦୬ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୫୪,୦୮୦ ଟଙ୍କା ରହିଛି ।
କଟକରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୧ ଗ୍ରାମ ପିଛା ୬,୭୦୬ ଟଙ୍କା ହୋଇଥିବାବେଳେ ୮ ଗ୍ରାମ୍ ପିଛା ୫୩,୦୮୦ ଟଙ୍କା ରହିଛି । ସେହିପରି ୨୪ କ୍ୟାରେଟ୍ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୭୩,୭୫୦ ରହିଛି । ତେବେ ଗତକାଲି ଅପେକ୍ଷା ଆଜି ଟ୍ୱିନ୍ସିଟିରେ ସୁନା ଦର ହ୍ରାସ୍ ହୋଇଛି । ଏହାଛଡା ଶୁଦ୍ଧ ରୂପା ୧ ଗ୍ରାମ୍ ପିଛା ୧୦୦ ଟଙ୍କା ରହିଥିବା ବେଳେ ୮ ଗ୍ରାମ୍ ପିଛା ୮୦୦ ଟଙ୍କା, ୧୦୦ ଗ୍ରାମ୍ ପିଛା ୧୦,୦୦୦ ଓ ୧ କେଜି ପିଛା ୧୦୦,୦୦୦ ଟଙ୍କା ରହିଛି ।
ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ। ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)