Gold Price Today
ବିବାହ ଋତୁ ଆରମ୍ଭ ହୋଇସାରିଛି । ଜୋରସୋରରେ ଗହଣା କିଣା ଚାଲିଛି । ଆନ୍ତର୍ଜାତୀୟ ବଜାରରେ ସୁନାର ହ୍ରାସ ପାଇଛି । ଆଜି ୧୦ ଗ୍ରାମର ୨୩ କ୍ୟାରେଟ୍ ସୁନା ଦର ୫୬,୬୦୦ ଟଙ୍କା ରହିଛି ।
ସେହିପରି ୨୨ କ୍ୟାରେଟ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୫୪,୩୦୦ ଟଙ୍କା ରହିଛି। ସେହିଭଳି ୧୮ କ୍ୟାରେଟ୍ ସୁନା ଦର ୪୪,୪୦୦ ରହିଛି। ଅନ୍ୟପଟେ ୧୪ କ୍ୟାରେଟ ସୁନା ମୂଲ୍ୟ ୩୫,୦୦୦ ଟଙ୍କା ରହିଛି
କଟକ ରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ସୁନା ଗ୍ରାମ ପିଛା ୫,୮୭୦ (ଜିଏସ୍ଟି ୯୯୫) ଟଙ୍କା ହୋଇଥିବାବେଳେ ୫,୭୭୦ (କ୍ୟାସ ୯୯୫) ଟଙ୍କା ରହିଛି। ଆଜି ଶୁଦ୍ଧ ରୂପା କିଲୋ ପିଛା ୬୬,୪୦୦ ଟଙ୍କାରେ କାରବାର ହେଉଛି।
ତେବେ ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ। ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1676359508.jpg)