Advertisment

Gold Price Today 14th March 2023: ବଢିଲା ସୁନା ଦର, ଜାଣନ୍ତୁ ଆଜି କେତେ ରହିଛି ଦାମ୍

ଆନ୍ତର୍ଜାତୀୟ ବଜାରରେ ସୁନାର ମୂଲ୍ୟରେ ପରିବର୍ତ୍ତନ ହୋଇଛି । ଆନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୫୭,୯୮୦ ଟଙ୍କା ହୋଇଛି।

Gold Price Today

Gold Price Today

Advertisment

ବିବାହ ଋତୁ ଚାଲିଛି। ଏହାକୁ ଲକ୍ଷ୍ୟ ରଖି ଜୋରସୋରରେ ଗହଣା କିଣା ବି ଚାଲିଛି। ଆଜି ସୁନା କାରବାରରେ କିଛି ପରିବର୍ତ୍ତନ ଦେଖିବାକୁ ମିଳିଛି। ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୫୭,୯୮୦ ହୋଇଯାଇଛି ।

Advertisment

ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୫୩,୧୫୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍‌ ସୁନାର ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୫,୩୧୫ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୪୫,୭୭୬ ଟଙ୍କା  ହୋଇଛି।

କଟକ ରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଗ୍ରାମ ପିଛା ୫,୨୪୫ ଟଙ୍କା ହୋଇଥିବାବେଳେ ୮ ଗ୍ରାମ୍ ପିଛା ୪୨,୫୨୦ ଟଙ୍କା ରହିଛି।

Advertisment

ସେହିପରି ୨୪ କ୍ୟାରେଟ୍‌ ସୁନାର ମୂଲ୍ୟ  ୧ ଗ୍ରାମ ପିଛା ୫,୬୫୫ ଟଙ୍କା ହୋଇଥିବାବେଳେ ୮ ଗ୍ରାମ୍ ପିଛା ୪୫,୨୪୦ ଟଙ୍କା ରହିଛି। ଏହାଛଡା ଶୁଦ୍ଧ ରୂପା ୧ ଗ୍ରାମ୍ ପିଛା ୭୧,୮୦ ଟଙ୍କା ରହିଥିବା ବେଳେ ୮ ଗ୍ରାମ୍ ପିଛା ୫୭୪,୪୦ଟଙ୍କା, ୧୦ ଗ୍ରାମ ପିଛା ୭୧୮ଟଙ୍କା , ୧୦୦ ଗ୍ରାମ ପିଛା ୭,୧୮୦ ଓ ୧କେଜି ପିଛା ୭୧,୮୦୦ ଟଙ୍କା ରହିଛି।

ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ। ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ।

Advertisment
Gold Price Today
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ