• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Pallipuspa Samal

ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୭୨,୮୨୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୬୬,୭୫୦ ଟଙ୍କା ରହିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୬,୬୭୫ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୫୩,୪୦୦ ଟଙ୍କା ରହିଛି ।

କଟକରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଗ୍ରାମ ପିଛା ୬,୬୭୫ ଟଙ୍କା ହୋଇଥିବାବେଳେ ୮ ଗ୍ରାମ୍ ପିଛା ୫୩,୪୦୦ ଟଙ୍କା ରହିଛି । ଏହାଛଡା ଶୁଦ୍ଧ ରୂପା ୧ ଗ୍ରାମ୍ ପିଛା ୮୭ ରହିଥିବା ବେଳେ ୮ ଗ୍ରାମ୍ ପିଛା ୬୯୬ ଗ୍ରାମ ୧୦୦ ଗ୍ରାମ୍ ପିଛା ୮,୭୦୦ ଓ ୧ କେଜି ପିଛା ୮୭,୦୦୦ ଟଙ୍କା ରହିଛି ।

ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ। ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।