/odishatv-khabar/media/post_attachments/uploadimage/library/16_9/16_9_0/Gold_Price_1684134300.jpg)
Gold Price
ଦିନକୁ ଦିନକୁ ସୁନାର ଦାମ୍ ବୃଦ୍ଧି ପାଉଥିବାରୁ ଚିନ୍ତାରେ ଗ୍ରାହକ । ଆଜି ସୁନା କାରବାରରେ ପରିବର୍ତ୍ତନ ହୋଇଛି । ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୬୧,୮୦୦ ରହିଛି । ସେହିପରି ୨୨ କ୍ୟାରେଟ୍ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୫୬,୬୫୦ ଟଙ୍କା ରହିଛି । ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୫,୬୬୫ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୪୫,୩୨୦ ଟଙ୍କା ରହିଛି।
କଟକରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ୨୨ କ୍ୟାରେଟ୍ ସୁନାର ମୂଲ୍ୟ ଗ୍ରାମ ପିଛା ୫,୬୬୫ ଟଙ୍କା ହୋଇଥିବାବେଳେ ୮ ଗ୍ରାମ୍ ପିଛା ୪୫,୩୨୦ ଟଙ୍କା ରହିଛି।
ଏହାଛଡା ଶୁଦ୍ଧ ରୂପା ୧ ଗ୍ରାମ୍ ପିଛା ୭୮.୫୦ ଟଙ୍କା ରହିଥିବା ବେଳେ ୮ ଗ୍ରାମ୍ ପିଛା ୬୨୮ ଟଙ୍କା, ୧୦ ଗ୍ରାମ ପିଛା ୭୮୫ ଟଙ୍କା , ୧୦୦ ଗ୍ରାମ ପିଛା ୭,୮୫୦ ଓ ୧ କେଜି ପିଛା ୭୮,୫୦୦ ଟଙ୍କା ରହିଛି।
ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ। ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)