Advertisment

Gold Price Today 16th Jan 2023: ବଢିଲା ସୁନା ଦର, ଜାଣନ୍ତୁ ଆପଣଙ୍କ ସହରରେ କେତେ ଅଛି ଦାମ୍

ଆନ୍ତର୍ଜାତୀୟ ବଜାରରେ ସୁନାର ମୂଲ୍ୟ ବୃଦ୍ଧି ପାଇଛି । ଆନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୩ କ୍ୟାରେଟ୍ ସୁନା ଦର ୫୬,୪୦୦ ଟଙ୍କା ରହିଛି ।

ଅଦ୍ୟତନ ହୋଇଛି
Gold Price Today

Gold Price Today

Advertisment

ଆନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖାଦେଇଛି।   ଗତକାଲି ୧୦ ଗ୍ରାମର ୨୩ କ୍ୟାରେଟ୍ ସୁନା ଦର ୫୬ ହଜାର ୧୦୦ ଟଙ୍କା ରହିଥିବା ବେଳେ ଆଜି  ତାହା  ବୃଦ୍ଧି ପାଇ ୫୬ ହଜାର ୪୦୦ ଟଙ୍କା ରହିଛି।

Advertisment

ସେହିପରି ୨୨ କ୍ୟାରେଟ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୫୪,୦୦୦ ଟଙ୍କା ରହିଛି। ସେହିଭଳି ୨୦ କ୍ୟାରେଟ୍‌ ସୁନାର ଦର ୪୯ ହଜାର ୧୦୦ ଟଙ୍କା ରହିଥିବା ବେଳେ ୧୮ କ୍ୟାରେଟ୍ ସୁନା ଦର ୪୪,୪୦୦ ରାହିଛି। ଅନ୍ୟପଟେ ୧୪ କ୍ୟାରେଟ ସୁନା ମୂଲ୍ୟ ୩୪,୯୦୦ ଟଙ୍କା ରହିଛି ।

କଟକ ରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ସୁନା ଗ୍ରାମ ପିଛା ୫,୮୨୫ (ଜିଏସ୍‌ଟି ୯୯୫) ଟଙ୍କା ହୋଇଥିବାବେଳେ ୫,୬୩୦ (କ୍ୟାସ ୯୯୫) ଟଙ୍କା ରହିଛି। ଗତକାଲି ତୁଳନାରେ ଆଜି ରୁପା ଦରରେ ମଧ୍ୟ ପରିବର୍ତ୍ତନ ହୋଇଛି।  ଶୁଦ୍ଧ ରୂପା କିଲୋ ପିଛା ୬୮,୬୮୦ ଟଙ୍କାରେ କାରବାର ହେଉଛି।

Advertisment

ତେବେ ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ। ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ।

Gold Price Silver Price Gold Price Today
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ