Gold Price Today 17th May 2024: ହୁ ହୁ ହୋଇ ବଢୁଛି ସୁନା ଦର, ଜାଣନ୍ତୁ କେତେ ରହିଛି ଦାମ୍

ଆଜି ବଢିଛି ସୁନାର ଦାମ୍ । ଭାରତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୭୩,୭୫୦ ଟଙ୍କା ହୋଇଛି । ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୬୭,୬୦୦ ଟଙ୍କା ରହିଛି ।

gold price day

News Summary

ବଢିଲା ସୁନା ଦର

ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୭୩,୭୫୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୬୬,୧୫୦ ଟଙ୍କା ରହିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୬,୭୧୫ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୫୩,୭୨୦ ଟଙ୍କା ରହିଛି ।

କଟକରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଗ୍ରାମ ପିଛା ୬,୭୬୦ ଟଙ୍କା ହୋଇଥିବାବେଳେ ୮ ଗ୍ରାମ୍ ପିଛା ୫୪,୦୮୦ ଟଙ୍କା ରହିଛି । ଏହାଛଡା ଶୁଦ୍ଧ ରୂପା ୧ ଗ୍ରାମ୍ ପିଛା ୯୨.୫୦ ରହିଥିବା ବେଳେ ୮ ଗ୍ରାମ୍ ପିଛା ୭୪୦ ଗ୍ରାମ ୧୦୦ ଗ୍ରାମ୍ ପିଛା ୯,୨୫୦ ଓ ୧ କେଜି ପିଛା ୯୨,୫୦୦ ଟଙ୍କା ରହିଛି ।

ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ। ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।