/odishatv-khabar/media/post_attachments/uploadimage/library/16_9/16_9_0/IMAGE_1731921960.jpg)
Gold Price Today
ଆଜି କଟକ ଓ ଭୁବନେଶ୍ୱରରେ ସୁନା ଦରରେ ପରିବର୍ତ୍ତନ ଆସିଛି । ଗତକାଲି ଅପେକ୍ଷା ସାମାନ୍ୟ ବଢିଛି ସୁନାର ଦାମ୍ । ଆଜି ଭୁବନେଶ୍ୱରରେ ୧୦ ଗ୍ରାମ ୨୪ କ୍ୟାରେଟ୍ ସୁନା ଦର ୭୬,୩୧୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଚ୍ଛା ୬୯,୯୫୦ ଟଙ୍କା ରହିଛି । ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୧ଗ୍ରାମ୍ ପିଚ୍ଛା ୬,୯୩୫ ଟଙ୍କା ହୋଇଥିବା ବେଳେ ୮ ଗ୍ରାମ ପିଚ୍ଛା ୫୫,୪୮୦ ଟଙ୍କା ରହିଛି। ହିସାବକୁ ନେଲେ ସୁନାଦର ୧୦ ଗ୍ରାମ ପିଚ୍ଛା ୧୧ ଶହ ଟଙ୍କା କମିଛି।
କଟକରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ୨୨ କ୍ୟାରେଟ୍ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଚ୍ଛା ୬୯,୩୫୦ ଟଙ୍କା ରହିଛି । ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୧ଗ୍ରାମ୍ ପିଚ୍ଛା ୬,୯୯୫ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଚ୍ଛା ୫୫,୯୬୦ ଟଙ୍କା ରହିଛି । ଏହାଛଡା ରୁପା ଦର ହ୍ରାସ ପାଇଛି । ବିଶୁଦ୍ଧ ରୁପା ୧ ଗ୍ରାମ୍ ପିଛା ୧୦୨ ଟଙ୍କା ରହିଥିବା ବେଳେ ୮ ଗ୍ରାମ୍ ପିଚ୍ଛା ୮୧୬ ଟଙ୍କା, ୧୦୦ ଗ୍ରାମ୍ ପିଚ୍ଛା ୧୦,୨୦୦ ଓ ୧ କେଜି ପିଚ୍ଛା ୧,୦୨,୦୦୦ ଟଙ୍କା ରହିଛି।
/odishatv-khabar/media/post_attachments/uploads/product/1319/1707458088_cc796b60a4380f62df7c.png)
ଦେଶର ବିଭିନ୍ନ ସହରରେ ସୁନାର ଦାମ୍:
ଭୁବନେଶ୍ୱର-୬୯,୯୫୦
କଟକ- ୬୯,୯୫୦
ମୁମ୍ୱାଇ-୬୯,୯୫୦
ନୂଆଦିଲ୍ଲୀ-୬୯,୫୦୦
କୋଲକାତା- ୬୯,୯୫୦
ସୁନା ଓ ରୁପା ଦାମ୍ରେ ଦେଖାଦେଇଥିବା ଏହି ବଡ଼ଧରଣର ହ୍ରାସ ଗ୍ରାହକଙ୍କ ପାଇଁ ସୁନା କିଣିବା ଲାଗି ଭଲ ସୁଯୋଗ ଆଣିଛି। ସାଧାରଣତଃ ସେୟାର ବଜାର ଓ ସୁନା ଦର ମଧ୍ୟରେ ବିପରୀତ ସଂପର୍କ ରହିଥାଏ। ସେୟାର ବଜାର କମିଲେ ସୁନା ରୁପା ଦର ବୃଦ୍ଧି ପାଇଥାଏ କିମ୍ବା ସେୟାର ବଜାର ବଢ଼ିଲେ ସୁନା ରୁପା ଦର କମିବା ଦେଖିବାକୁ ମିଳିଥାଏ। କିନ୍ତୁ ବର୍ତ୍ତମାନ ଉଭୟ ଷ୍ଟକ ବଜାର ସମେତ ସୁନା ଓ ରୁପା ଦର କମିବାରେ ଲାଗିଛି। ବିଶ୍ବର ରାଜନୈତିକ ପରିସ୍ଥିତିରେ ହେଉଥିବା ପରିବର୍ତ୍ତନ ଫଳରେ ଏଭଳି ଧାରା ଦେଖିବାକୁ ମିଳିଛି ବୋଲି କିଛି ବଜାର ବିଶେଷଜ୍ଞ ମତ ଦେଇଛନ୍ତି।
କେମିତି ଜାଣିବେ ସୁନାର ଶୁଦ୍ଧତା:
- ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ।
- ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ।
- ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ।
ସଠିକ୍ ଦାମ୍ରେ କେମିତି କିଣିବେ ସୁନା....ଜାଣନ୍ତୁ କିଛି ଟିପ୍ସ୍....
- ସବୁବେଳେ ସୁନାର ଦାମ୍ ବୃଦ୍ଧି ଓ ହ୍ରାସ ପାଇଥାଏ । ନିୟମିତ ସୁନାର ଦାମ୍ ଚେକ୍ କରନ୍ତୁ ଯାହାଦ୍ୱାରା ଆପଣ ସୁନାର ଦାମ୍ ହ୍ରାସ ବେଳେ ଗହଣା କିଣିପାରିବେ
- ସୁନା କିଣିବା ବେଳେ ହଲ୍ମାର୍କ ଦେଖି ସୁନା କିଣନ୍ତୁ
- ସୁନା କିଣିବା ବେଳେ ମେକିଂ ଚାର୍ଜ ଉପରେ ଧ୍ୟାନ ଦିଅନ୍ତୁ
- ଅଫ୍ ସିଜନରେ ସୁନା କିଣନ୍ତୁ... କମ୍ ଦାମ୍ରେ ସୁନା ଗହଣା କିଣିବାର ଲାଭ ପାଇପାରିବେ
gold necklace/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)