• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Pallipuspa Samal

ଆଜି କଟକ ଓ ଭୁବନେଶ୍ୱରରେ ସୁନାର ଦରରେ ପରିବର୍ତ୍ତନ ରହିଛି । ଗତକାଲି ଅପେକ୍ଷା ସୁନାର ଦାମ୍ ସାମାନ୍ୟ ବଢିଛି  । ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୭୪,୮୮୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୬୮,୬୪୦ ଟଙ୍କା ରହିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୬,୮୬୪ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୫୪,୯୧୨ ଟଙ୍କା ରହିଛି।

କଟକରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୬୭,୧୬୦ ଟଙ୍କା ରହିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୬,୮୬୪ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୫୪,୯୧୨ ଟଙ୍କା ରହିଛି । ଏହାଛଡା ରୁପା ଦର ହ୍ରାସ ପାଇଛି । ଶୁଦ୍ଧ ରୂପା ୧ ଗ୍ରାମ୍ ପିଛା ୯୩ ଟଙ୍କା ରହିଥିବା ବେଳେ ୮ ଗ୍ରାମ୍ ପିଛା ୭୪୭ ଟଙ୍କା, ୧୦୦ ଗ୍ରାମ୍ ପିଛା ୯,୩୪୦ ଓ ୧ କେଜି ପିଛା ୯୩,୪୦୦ ଟଙ୍କା ରହିଛି ।

ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ। ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ। ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ। 

OTV is now on Whatsapp

Join and get latest news update delivered to you via whatsapp

Join Now