/odishatv-khabar/media/post_attachments/uploadimage/library/16_9/16_9_0/IMAGE_1674112109.jpg)
Gold Price Today
ବିବାହ ଋତୁ ଆରମ୍ଭ ହୋଇସାରିଛି । ଜୋରସୋରରେ ଗହଣା କିଣା ଚାଲିଛି । ଆନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖାଦେଇଛି। ଆଜି ୧୦ ଗ୍ରାମର ୨୩ କ୍ୟାରେଟ୍ ସୁନା ଦର ୫୬ ହଜାର ୨୦୦ ଟଙ୍କା ରହିଛି ।
ସେହିପରି ୨୨ କ୍ୟାରେଟ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୫୩,୯୦୦ ଟଙ୍କା ରହିଛି। ସେହିଭଳି ୨୦ କ୍ୟାରେଟ୍ ସୁନାର ଦର ୪୯ ହଜାର ଟଙ୍କା ରହିଥିବା ବେଳେ ୧୮ କ୍ୟାରେଟ୍ ସୁନା ଦର ୪୪,୩୦୦ ରାହିଛି। ଅନ୍ୟପଟେ ୧୪ କ୍ୟାରେଟ ସୁନା ମୂଲ୍ୟ ୩୪,୮୦୦ ଟଙ୍କା ରହିଛି ।
କଟକ ରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ସୁନା ଗ୍ରାମ ପିଛା ୫,୮୨୫ (ଜିଏସ୍ଟି ୯୯୫) ଟଙ୍କା ହୋଇଥିବାବେଳେ ୫,୬୫୦ (କ୍ୟାସ ୯୯୫) ଟଙ୍କା ରହିଛି। ଗତକାଲି ତୁଳନାରେ ଆଜି ରୁପା ଦରରେ ମଧ୍ୟ ପରିବର୍ତ୍ତନ ହୋଇଛି। ଶୁଦ୍ଧ ରୂପା କିଲୋ ପିଛା ୬୭,୯୦୦ ଟଙ୍କାରେ କାରବାର ହେଉଛି।
ଅଧିକ ପଢ଼ନ୍ତୁ: କିପରି ଜାଣିବେ ସୁନାର ଶୁଦ୍ଧତା; କ’ଣ ଏହି ୨୨ ଏବଂ ୨୪ କ୍ୟାରେଟ୍
ତେବେ ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ। ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)