Astrospeak
  • Live TV
  • Read In English

Gold Price Today 1st May 2023: ଆସିଲା ବିବାହ ଋତୁ, ମୂଲ୍ୟ ଯାଞ୍ଚ କରି ଏବେଠୁ କିଣି ନିଅନ୍ତୁ ସୁନା

ଅନ୍ତର୍ଜାତୀୟ ବଜାରରେ ସୁନାର ମୂଲ୍ୟରେ ପରିବର୍ତ୍ତନ ହୋଇଛି । ଅନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୬୦,୭୬୦ ଟଙ୍କା ହୋଇଛି।

Gold Price Today
Gold Price Today

News Summary

ଜାଣନ୍ତୁ ଆଜିର ସୁନା ମୂଲ୍ୟ

ଦିନକୁ ଦିନକୁ ସୁନାର ଦାମ୍ ବୃଦ୍ଧି ପାଉଥିବାରୁ ଚିନ୍ତାରେ ଗ୍ରାହକ ।  ଆଜି ସୁନା କାରବାରରେ ପରିବର୍ତ୍ତନ ହୋଇନାହିଁ । ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୬୦,୭୬୦ ରହିଛି । ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୫୫,୭୦୦ ଟଙ୍କା ରହିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୫,୫୭୦ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୪୪,୫୬୦ ଟଙ୍କା  ରହିଛି।

କଟକରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଗ୍ରାମ ପିଛା ୫,୫୭୦ ଟଙ୍କା ହୋଇଥିବାବେଳେ ୮ ଗ୍ରାମ୍ ପିଛା ୪୪,୫୬୦ ଟଙ୍କା ରହିଛି।

ଏହାଛଡା ଶୁଦ୍ଧ ରୂପା ୧ ଗ୍ରାମ୍ ପିଛା ୮୦.୨୦ ଟଙ୍କା ରହିଥିବା ବେଳେ ୮ ଗ୍ରାମ୍ ପିଛା ୬୪୧.୬୦ ଟଙ୍କା, ୧୦ ଗ୍ରାମ ପିଛା ୮୦୨ଟଙ୍କା , ୧୦୦ ଗ୍ରାମ ପିଛା ୮,୦୨୦ ଓ ୧ କେଜି ପିଛା ୮୦,୨୦୦ ଟଙ୍କା ରହିଛି।

ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ। ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ।