Advertisment

Gold Price Today 20th September 2024: ପାର୍ବଣ ଋତୁରେ ବଢ଼ିଲା ସୁନା ଦର, ଜାଣନ୍ତୁ କେତେ ରହିଛି ଦାମ୍

ଆଜି ସୁନା ଦରରେ ପରିବର୍ତ୍ତନ । ଗତକାଲି ଓ ଆଜି କଟକ ଓ ଭୁବନେଶ୍ୱରରେ ସୁନା ଦର ସାମାନ୍ୟ ବୃଦ୍ଧି ପାଇଛି । ଜାଣନ୍ତୁ କେତେ...

ଅଦ୍ୟତନ ହୋଇଛି
Gold Price Today

Gold Price Today

Advertisment

ଆଜି କଟକ ଓ ଭୁବନେଶ୍ୱରରେ ସୁନାର ଦରରେ ପରିବର୍ତ୍ତନ ରହିଛି । ଗତକାଲି ଅପେକ୍ଷା ସୁନାର ଦାମ୍  ବୃଦ୍ଧି ପାଇଛି  । ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୭୪,୪୪୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୬୯,୬୩୦ ଟଙ୍କା ରହିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୬,୯୬୩ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୫୫,୭୦୪ ଟଙ୍କା ରହିଛି।

Advertisment

କଟକରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୬୯,୬୩୦ ଟଙ୍କା ରହିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୬,୯୬୩ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୫୫,୭୦୪ ଟଙ୍କା ରହିଛି । ଏହାଛଡା ରୁପା ଦର ହ୍ରାସ ପାଇଛି । ଶୁଦ୍ଧ ରୂପା ୧ ଗ୍ରାମ୍ ପିଛା ୯୩ ଟଙ୍କା ରହିଥିବା ବେଳେ ୮ ଗ୍ରାମ୍ ପିଛା ୭୪୭ ଟଙ୍କା, ୧୦୦ ଗ୍ରାମ୍ ପିଛା ୯,୩୪୦ ଓ ୧ କେଜି ପିଛା ୯୩,୪୦୦ ଟଙ୍କା ରହିଛି।

ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ। ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ। ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ। 

Advertisment
Gold Price Today
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ