• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Pallipuspa Samal

ପୁଣି କମିଲା ସୁନା ଦର । ଆଜି କଟକ ଓ ଭୁବନେଶ୍ୱରରେ ସୁନା ଦରରେ ପରିବର୍ତ୍ତନ ଘଟିଛି । ଗତକାଲି ଅପେକ୍ଷା ସୁନାର ଦାମ୍ ହ୍ରାସ ପାଇଛି  । ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୭୬,୭୯୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୭୦,୩୯୦ ଟଙ୍କା ରହିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୭,୦୩୯ ଟଙ୍କା ହୋଇଥିବା ବେଳେ ୮ ଗ୍ରାମ ପିଛା ୫୬,୩୧୨ ଟଙ୍କା ରହିଛି । 

Also Read

କଟକରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୭୦,୩୯୦ ଟଙ୍କା ରହିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୭,୦୩୯ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୫୬,୩୧୨ ଟଙ୍କା ରହିଛି । ଏହାଛଡା ରୁପା ଦର ହ୍ରାସ ପାଇଛି । ଶୁଦ୍ଧ ରୂପା ୧ ଗ୍ରାମ୍ ପିଛା ୯୯ ଟଙ୍କା ରହିଥିବା ବେଳେ ୮ ଗ୍ରାମ୍ ପିଛା ୭୯୨ ଟଙ୍କା, ୧୦୦ ଗ୍ରାମ୍ ପିଛା ୯,୯୦୦ ଓ ୧ କେଜି ପିଛା ୯୯,୦୦୦ ଟଙ୍କା ରହିଛି। 

ଦେଶର ବିଭିନ୍ନ ସହରରେ ସୁନାର ଦାମ୍:

ଭୁବନେଶ୍ୱର-୭୦,୩୯୦

କଟକ- ୭୦,୩୯୦

ମୁମ୍ୱାଇ-୭୦,୩୯୦

ନୂଆଦିଲ୍ଲୀ-୭୦,୫୫୦ 

କୋଲକାତା-୭୦,୩୯୦

ସୁନା ଓ ରୁପା ଦାମ୍‌ରେ କିଛିଦିନ ତଳେ ହ୍ରାସ ଦେଖାଦେଇଥିବା ବେଳେ ପୁଣି ଦର ବୃଦ୍ଧି ପାଇଛି । ଏହା ପୁଣି ବଢିପାରେ ବୋଲି ଅର୍ଥନୀତି ବିଶେଷଜ୍ଞମାନେ ମତ ଦେଉଛନ୍ତି । ସାଧାରଣତଃ ସେୟାର ବଜାର ଓ ସୁନା ଦର ମଧ୍ୟରେ ବିପରୀତ ସଂପର୍କ ରହିଥାଏ। ସେୟାର ବଜାର କମିଲେ ସୁନା ରୁପା ଦର ବୃଦ୍ଧି ପାଇଥାଏ କିମ୍ବା ସେୟାର ବଜାର ବଢ଼ିଲେ ସୁନା ରୁପା ଦର କମିବା ଦେଖିବାକୁ ମିଳିଥାଏ। କିନ୍ତୁ ବର୍ତ୍ତମାନ ଉଭୟ ଷ୍ଟକ ବଜାର ସମେତ ସୁନା ଓ ରୁପା ଦର ବଢିବାରେ ଲାଗିଛି। ବିଶ୍ବର ପରିବର୍ତ୍ତିତ ରାଜନୈତିକ ପରିସ୍ଥିତିରେ ହେଉଥିବା ପରିବର୍ତ୍ତନ ଫଳରେ ଏଭଳି ଧାରା ଦେଖିବାକୁ ମିଳିଛି ବୋଲି କିଛି ବଜାର ବିଶେଷଜ୍ଞ ମତ ଦେଇଛନ୍ତି।

କେମିତି ଜାଣିବେ ସୁନାର ଶୁଦ୍ଧତା:

  • ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ।
  • ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ।
  • ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ। 

ସଠିକ୍ ଦାମ୍‌ରେ କେମିତି କିଣିବେ ସୁନା....ଜାଣନ୍ତୁ କିଛି ଟିପ୍ସ୍....

  • ସବୁବେଳେ ସୁନାର ଦାମ୍ ବୃଦ୍ଧି ଓ ହ୍ରାସ ପାଇଥାଏ । ନିୟମିତ ସୁନାର ଦାମ୍ ଚେକ୍ କରନ୍ତୁ ଯାହାଦ୍ୱାରା ଆପଣ ସୁନାର ଦାମ୍ ହ୍ରାସ ବେଳେ ଗହଣା କିଣିପାରିବେ
  • ସୁନା କିଣିବା ବେଳେ ହଲ୍‌ମାର୍କ ଦେଖି ସୁନା କିଣନ୍ତୁ
  • ସୁନା କିଣିବା ବେଳେ ମେକିଂ ଚାର୍ଜ ଉପରେ ଧ୍ୟାନ ଦିଅନ୍ତୁ
  • ଅଫ୍ ସିଜନରେ ସୁନା କିଣନ୍ତୁ... କମ୍ ଦାମ୍‌ରେ ସୁନା ଗହଣା କିଣିବାର ଲାଭ ପାଇପାରିବେ