• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Pallipuspa Samal

News Highlights

  • କମିଲା ସୁନା ଦର

ବିବାହ ଋତୁରେ କମିଲା ସୁନା ଦର।  ବଜେଟ୍‌ରେ କେନ୍ଦ୍ର ସରକାର ସୁନା ଓ ରୂପାରେ କଷ୍ଟମ ଡ୍ୟୁଟି କମାଇଛନ୍ତି । ଫଳରେ ଏହାର ପ୍ରଭାବରେ ଏକା ଥରେ ସୁନା ମାର୍କେଟରେ ବଡ଼ ହ୍ରାସ ଦେଖିବାକୁ ମିଳିଛି । ୬ ପ୍ରତିଶତ କଷ୍ଟମ ଡ୍ୟୁଟି କମିବା ପରେ ସାଢ଼େ ୩ ହଜାର କମିଯାଇଛି ସୁନା ଦର ।

ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୭୦,୮୬୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୬୪,୯୫୦ ଟଙ୍କା ରହିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୬,୪୯୫ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୫୧,୯୬୦ ଟଙ୍କା ରହିଛି ।

କଟକରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୬୪,୯୫୦ ଟଙ୍କା ରହିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୬,୪୯୫ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୫୧,୯୬୦ ଟଙ୍କା ରହିଛି । ଏହାଛଡା  ରୁପା ଦର ହ୍ରାସ ପାଇଛି । ଶୁଦ୍ଧ ରୂପା ୧ ଗ୍ରାମ୍ ପିଛା ୯୨ ଟଙ୍କା ରହିଥିବା ବେଳେ ୮ ଗ୍ରାମ୍ ପିଛା ୭୩୬ ଟଙ୍କା, ୧୦୦ ଗ୍ରାମ୍ ପିଛା ୯,୨୦୦ ଓ ୧ କେଜି ପିଛା ୯୨,୦୦୦ ଟଙ୍କା ରହିଛି ।

ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ। ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।

OTV is now on Whatsapp

Join and get latest news update delivered to you via whatsapp

Join Now