Advertisment

Gold Price Today, 24th November 2024: ପୁଣି ବଢିଲା ସୁନା ଦର, ସପ୍ତାହକରେ ୪ ହଜାର ମହଙ୍ଗା

ସୁନା ଦରରେ ଗତ କିଛି ମାସ ହେବ ବ୍ରେକ୍‌ ଲାଗିଥିବା ବେଳେ ପୁଣି ଥରେ ସୁନା ଦର ବୃଦ୍ଧି ପାଇବାରେ ଲାଗିଛି । ତେବେ ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି କେତେ ରହିଛି ସୁନା ଦର ।

ଅଦ୍ୟତନ ହୋଇଛି
Gold Price Today

Gold Price Today

Advertisment

ପୁଣି ବଢିଲା ସୁନା ଦର । ଆଜି କଟକ ଓ ଭୁବନେଶ୍ୱରରେ ସୁନାର ଦରରେ ପରିବର୍ତ୍ତନ ଘଟିଛି । ଗତକାଲି ଅପେକ୍ଷା ସୁନାର ଦାମ୍  ବୃଦ୍ଧି ପାଇଛି  । ଏହି ସପ୍ତାହରେ ସୁନା ଦର ପ୍ରତି ୧୦ ଗ୍ରାମରେ  ୪୦୦୦ ଟଙ୍କା ବଢିଛି  ।  ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୭୯,୬୪୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୭୩,୦୦୦ ଟଙ୍କା ରହିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୭,୩୦୦ ଟଙ୍କା ହୋଇଥିବା ବେଳେ ୮ ଗ୍ରାମ ପିଛା ୫୮,୪୦୦ ଟଙ୍କା ରହିଛି । 

Advertisment

କଟକରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୭୩,୦୦୦ ଟଙ୍କା ରହିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୭,୩୦୦ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୫୮,୪୦୦ ଟଙ୍କା ରହିଛି । ଏହାଛଡା ରୁପା ଦର ହ୍ରାସ ପାଇଛି । ଶୁଦ୍ଧ ରୂପା ୧ ଗ୍ରାମ୍ ପିଛା ୯୩ ଟଙ୍କା ରହିଥିବା ବେଳେ ୮ ଗ୍ରାମ୍ ପିଛା ୭୪୭ ଟଙ୍କା, ୧୦୦ ଗ୍ରାମ୍ ପିଛା ୯,୩୪୦ ଓ ୧ କେଜି ପିଛା ୯୩,୪୦୦ ଟଙ୍କା ରହିଛି।

ଦେଶର ବିଭିନ୍ନ ସହରରେ ସୁନାର ଦାମ୍:

ଭୁବନେଶ୍ୱର-୭୩,୦୦୦

କଟକ- ୭୩,୦୦୦

ମୁମ୍ୱାଇ-୭୩,୦୦୦

ନୂଆଦିଲ୍ଲୀ-୭୩,୦୦୦

କୋଲକାତା- ୭୩,୦୦୦

ସୁନା ଓ ରୁପା ଦାମ୍‌ରେ କିଛିଦିନ ତଳେ ହ୍ରାସ ଦେଖାଦେଇଥିବା ବେଳେ ପୁଣି ଦର ବୃଦ୍ଧି ପାଇଛି । ଏହା ପୁଣି ବଢିପାରେ ବୋଲି ଅର୍ଥନୀତି ବିଶେଷଜ୍ଞମାନେ ମତ ଦେଉଛନ୍ତି । ସାଧାରଣତଃ ସେୟାର ବଜାର ଓ ସୁନା ଦର ମଧ୍ୟରେ ବିପରୀତ ସଂପର୍କ ରହିଥାଏ। ସେୟାର ବଜାର କମିଲେ ସୁନା ରୁପା ଦର ବୃଦ୍ଧି ପାଇଥାଏ କିମ୍ବା ସେୟାର ବଜାର ବଢ଼ିଲେ ସୁନା ରୁପା ଦର କମିବା ଦେଖିବାକୁ ମିଳିଥାଏ। କିନ୍ତୁ ବର୍ତ୍ତମାନ ଉଭୟ ଷ୍ଟକ ବଜାର ସମେତ ସୁନା ଓ ରୁପା ଦର କମିବାରେ ଲାଗିଛି। ବିଶ୍ବର ପରିବର୍ତ୍ତିତ ରାଜନୈତିକ ପରିସ୍ଥିତିରେ ହେଉଥିବା ପରିବର୍ତ୍ତନ ଫଳରେ ଏଭଳି ଧାରା ଦେଖିବାକୁ ମିଳିଛି ବୋଲି କିଛି ବଜାର ବିଶେଷଜ୍ଞ ମତ ଦେଇଛନ୍ତି।

Advertisment

କେମିତି ଜାଣିବେ ସୁନାର ଶୁଦ୍ଧତା:

  • ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ।
  • ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ।
  • ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ। 

ସଠିକ୍ ଦାମ୍‌ରେ କେମିତି କିଣିବେ ସୁନା....ଜାଣନ୍ତୁ କିଛି ଟିପ୍ସ୍....

  • ସବୁବେଳେ ସୁନାର ଦାମ୍ ବୃଦ୍ଧି ଓ ହ୍ରାସ ପାଇଥାଏ । ନିୟମିତ ସୁନାର ଦାମ୍ ଚେକ୍ କରନ୍ତୁ ଯାହାଦ୍ୱାରା ଆପଣ ସୁନାର ଦାମ୍ ହ୍ରାସ ବେଳେ ଗହଣା କିଣିପାରିବେ
  • ସୁନା କିଣିବା ବେଳେ ହଲ୍‌ମାର୍କ ଦେଖି ସୁନା କିଣନ୍ତୁ
  • ସୁନା କିଣିବା ବେଳେ ମେକିଂ ଚାର୍ଜ ଉପରେ ଧ୍ୟାନ ଦିଅନ୍ତୁ
  • ଅଫ୍ ସିଜନରେ ସୁନା କିଣନ୍ତୁ... କମ୍ ଦାମ୍‌ରେ ସୁନା ଗହଣା କିଣିବାର ଲାଭ ପାଇପାରିବେ
Advertisment
gold price todaygold price today
Gold Price Today
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ