Gold Price Today 25th July 2024: ପୁଣି କମିଲା ସୁନା ଦର, ଜାଣନ୍ତୁ ଆପଣଙ୍କ ସହରରେ କେତେ ରହିଛି ଦାମ୍

ସୁନା ଦରରେ ଲାଗିଲା ରୋକ୍ । କମିଲା ସୁନା ଦର । ଗତକାଲି ଅପେକ୍ଷା ଆଜି ଟ୍ୱିନ୍‌ସିଟିରେ ସୁନା ଦରରେ ପରିବର୍ତ୍ତନ ରହିଛି । କଟକ ଓ ଭୁବନେଶ୍ୱରରେ ସୁନା ଦରରେ ସାମାନ୍ୟ ପରିବର୍ତ୍ତନ ଦେଖିବାକୁ ମିଳିଛି ।

gold necklace

ବିବାହ ଋତୁରେ କମିଲା ସୁନା ଦର।  ବଜେଟ୍‌ରେ କେନ୍ଦ୍ର ସରକାର ସୁନା ଓ ରୂପାରେ କଷ୍ଟମ ଡ୍ୟୁଟି କମାଇଛନ୍ତି । ଫଳରେ ଏହାର ପ୍ରଭାବରେ ଏକା ଥରେ ସୁନା ମାର୍କେଟରେ ବଡ଼ ହ୍ରାସ ଦେଖିବାକୁ ମିଳିଛି । ୬ ପ୍ରତିଶତ କଷ୍ଟମ ଡ୍ୟୁଟି କମିବା ପରେ ହ୍ରାସ ପାଇଛି ସୁନା ଦର ।

ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୬୯,୮୨୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୬୪,୦୦୦ ଟଙ୍କା ରହିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୬,୪୦୦ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୫୧,୨୦୦ ଟଙ୍କା ରହିଛି ।

କଟକରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୬୪,୦୦୦ ଟଙ୍କା ରହିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୬,୪୦୦ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୫୧,୨୦୦ ଟଙ୍କା ରହିଛି । ଏହାଛଡା  ରୁପା ଦର ହ୍ରାସ ପାଇଛି । ଶୁଦ୍ଧ ରୂପା ୧ ଗ୍ରାମ୍ ପିଛା ୯୨ ଟଙ୍କା ରହିଥିବା ବେଳେ ୮ ଗ୍ରାମ୍ ପିଛା ୭୩୬ ଟଙ୍କା, ୧୦୦ ଗ୍ରାମ୍ ପିଛା ୯,୨୦୦ ଓ ୧ କେଜି ପିଛା ୯୨,୦୦୦ ଟଙ୍କା ରହିଛି ।

ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ। ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।