Advertisment

Gold Price Today 25th September 2024: ଆକାଶଛୁଆଁ ସୁନା ଦର,୭୦ ହଜାର ପାର୍, ଜାଣନ୍ତୁ କେତେ

ପାର୍ବଣ ଋତୁରେ ବଢ଼ିଲା ସୁନା ଦର । ଏବେ ଆକାଶଛୁଆଁ ହେବାକୁ ଲାଗିଛି ସୁନା ଦର । ୭୦ ହଜାରରୁ ଅଧିକରେ ପହଞ୍ଚିଛି ସୁନା ଦର ।

author-image
Pallipuspa Samal
ଅଦ୍ୟତନ ହୋଇଛି
Gold Price Today In Odisha

Gold Price

ପୁଣି ବଢିଲା ସୁନା ଦର । ଆଜି କଟକ ଓ ଭୁବନେଶ୍ୱରରେ ସୁନାର ଦରରେ ପରିବର୍ତ୍ତନ ରହିଛି । ଗତକାଲି ଅପେକ୍ଷା ସୁନାର ଦାମ୍  ବୃଦ୍ଧି ପାଇଛି  । ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୭୭,୦୨୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୭୦,୬୦୦ ଟଙ୍କା ରହିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୭,୦୬୦ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୫୬,୪୮୦ ଟଙ୍କା ରହିଛି।

Advertisment

କଟକରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୭୦,୬୦୦ ଟଙ୍କା ରହିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୭,୦୬୦ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୫୬,୪୮୦ ଟଙ୍କା ରହିଛି । ଏହାଛଡା ରୁପା ଦର ହ୍ରାସ ପାଇଛି । ଶୁଦ୍ଧ ରୂପା ୧ ଗ୍ରାମ୍ ପିଛା ୯୩ ଟଙ୍କା ରହିଥିବା ବେଳେ ୮ ଗ୍ରାମ୍ ପିଛା ୭୪୭ ଟଙ୍କା, ୧୦୦ ଗ୍ରାମ୍ ପିଛା ୯,୩୪୦ ଓ ୧ କେଜି ପିଛା ୯୩,୪୦୦ ଟଙ୍କା ରହିଛି।

ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ। ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ। ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ। 

Advertisment
Gold Price Today
Advertisment
Advertisment