କିଛିଦିନ ତଳେ ହୁ ହୁ ହୋଇ ବଢ଼ୁଥିଲା ସୁନାଦର । ଗତ ୬ ଦିନ ହେବ ଲଗାତାର କମୁଛି ସୁନା ଦର । ବଜେଟ୍ରେ କେନ୍ଦ୍ର ସରକାର ସୁନା ଓ ରୂପାରେ କଷ୍ଟମ ଡ୍ୟୁଟି କମାଇଛନ୍ତି । ଫଳରେ ଏହାର ପ୍ରଭାବରେ ଏକା ଥରେ ସୁନା ମାର୍କେଟରେ ବଡ଼ ହ୍ରାସ ଦେଖିବାକୁ ମିଳିଛି, ତେବେ ସୁନା କିଣିବାକୁ ଚାହୁଁଥିଲେ ଡେରି ନକରି ଘରକୁ ଗହଣା କିଣି ଆଣନ୍ତୁ ।
Also Read
ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୬୯,୦୦୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୬୩,୨୫୦ ଟଙ୍କା ରହିଛି । ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୬,୩୨୫ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୫୦,୬୦୦ ଟଙ୍କା ରହିଛି ।
କଟକରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ୨୨ କ୍ୟାରେଟ୍ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୬୩,୨୫୦ ଟଙ୍କା ରହିଛି । ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୬,୩୨୫ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୫୦,୬୦୦ ଟଙ୍କା ରହିଛି । ଏହାଛଡା ରୁପା ଦର ହ୍ରାସ ପାଇଛି । ଶୁଦ୍ଧ ରୂପା ୧ ଗ୍ରାମ୍ ପିଛା ୯୨ ଟଙ୍କା ରହିଥିବା ବେଳେ ୮ ଗ୍ରାମ୍ ପିଛା ୭୩୬ ଟଙ୍କା, ୧୦୦ ଗ୍ରାମ୍ ପିଛା ୯,୨୦୦ ଓ ୧ କେଜି ପିଛା ୯୨,୦୦୦ ଟଙ୍କା ରହିଛି ।
ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ। ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ। ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ।