Advertisment

Gold Price Today 27th May 2023: କିଣିବା ପୂର୍ବରୁ ନଜର ପକାନ୍ତୁ ଆଜି କେତେ ରହିଛି ସୁନା ଦର

ଅନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ପରିବର୍ତ୍ତନ ହୋଇଛି । ଅନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୬୦,୬୦୦ ଟଙ୍କା ହୋଇଛି।

Gold Price Today

Gold Price Today

Advertisment

ଦିନକୁ ଦିନକୁ ସୁନାର ଦାମ୍ ବୃଦ୍ଧି ପାଉଥିବାରୁ ଚିନ୍ତାରେ ଗ୍ରାହକ ।  ଆଜି ସୁନା ଦରରେ ସାମାନ୍ୟ ପରିବର୍ତ୍ତନ ହୋଇଛି । ସାମାନ୍ୟ କମିଛି ସୁନା ଦର । ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୬୦,୬୦୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୫୫,୫୫୦ ଟଙ୍କା ରହିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୫,୫୫୫ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୪୪,୪୪୦ ଟଙ୍କା  ରହିଛି । 

Advertisment

କଟକରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଗ୍ରାମ ପିଛା ୫,୫୫୫ ଟଙ୍କା ହୋଇଥିବାବେଳେ ୮ ଗ୍ରାମ୍ ପିଛା ୪୪,୪୪୦ ଟଙ୍କା ରହିଛି । ଏହାଛଡା ଶୁଦ୍ଧ ରୂପା ୧ ଗ୍ରାମ୍ ପିଛା ୭୬.୨୦ ଟଙ୍କା ରହିଥିବା ବେଳେ ୮ ଗ୍ରାମ୍ ପିଛା ୬୧୬.୬୦ ଟଙ୍କା, ୧୦ ଗ୍ରାମ ପିଛା ୭୭୦ଟଙ୍କା , ୧୦୦ ଗ୍ରାମ ପିଛା ୭,୭୦୦ ଓ ୧ କେଜି ପିଛା ୭୭,୦୦୦ ଟଙ୍କା ରହିଛି।

ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ। ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ।

Advertisment
Gold Price Today
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ